ଟିକା ନ ନେଲେ କାଫେ-ରେସ୍ତୋରାଁରେ ପ୍ରବେଶ ମନା

ପ୍ୟାରିସ,୧୮ ।୧: କରୋନା ମହାମାରୀ ସାରା ବିଶ୍ୱକୁ କଲବଲ କରୁଥିବା ବେଳେ ଏବେ ଏହାକୁ ରୋକିବାକୁ ଫ୍ରାନ୍ସ ସଂସଦରେ ନୂଆ ଆଇନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଏଥିରେ କୁହାଯାଇଛି ଯେଉଁମାନେ କରୋନା ଟିକା ନ ନେଇଛନ୍ତି ସେମାନଙ୍କୁ କାଫେ, ରେସ୍ତୋରାଁ, ଷ୍ଟାଡିୟମ ଆଦି ସ୍ଥାନରେ ପ୍ରବେଶ କରାଇ ଦିଆଯିବ ନାହିଁ । କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ପ୍ରଭାବକୁ ଦେଖି ଏହାକୁ ରୋକିବା ଲାଗି ଏଭଳି ଆଇନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ପ୍ରତିଦିନ କରୋନା ରୋଗୀଙ୍କ ସଂଖ୍ୟା ବହୁ ପରିମାଣରେ ବଢି ଚାଲିଥିବା ବେଳେ ହସ୍ପିଟାଲ ଉପରେ ଚାପ ପଡୁଛି । ଏହାକୁ ଦୃଷ୍ଟିରେ ରଖି ନୂଆ ଆଇନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି ।
ଫ୍ରାନ୍ସ ରାଷ୍ଟ୍ରପତି ପୂର୍ବରୁ ଏହି ବିଧେୟକକୁ ପାରିତ କରିବାକୁ ଚେଷ୍ଟା କରିଥିଲେ । ହେଲେ ବାମପନ୍ଥି ଓ ଦକ୍ଷିଣପନ୍ଥିଙ୍କ ବିରୋଧ ଓ ବହୁ ପରିବର୍ତ୍ତନ ପରେ ଏହାକୁ ମଞ୍ଜୁରୀ ମିଳିବାକୁ ସାମାନ୍ୟ ବିଳମ୍ବ ହୋଇଛି । ହେଲେ ଏବେବି ଅଧିକାଂଶ କହୁଛନ୍ତି ଟିକା ବେକାର । ଏହାର କୌଣସି ପ୍ରଭାବ କରୋନା ସଂକ୍ରମଣ ଉପରେ ରହିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri