Posted inଜାତୀୟ

ଅକ୍ଟୋବର ୩ରେ ଅଟଳ ଟନେଲର ଲୋକାର୍ପଣ

ରୋହତଙ୍ଗ, ୧।୧୦: ଅକ୍ଟୋବର ୩ ପୂର୍ବାହ୍ନ ୧୦ଟାରେ ହିମାଚଳପ୍ରଦେଶର ରୋହତଙ୍ଗଠାରେ ଥିବା ଅଟଳ ଟନେଲର ଲୋକାର୍ପଣ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପିତ କରିବେ। ଏହି ଟନେଲ୍‌ ଦ୍ୱାରା ମନାଲିଠାରୁ ଲେହ ମଧ୍ୟରେ ୪୬ କିଲୋମିଟର ଦୂରତା କମିଯିବ ବୋଲି କୁହାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମ ଅନୁସାରେ ଏହାକୁ ଅଟଳ ରୋହତଙ୍ଗ ଟନେଲ ଭାବେ ନାମିତ କରାଯାଇଛି। ସମୁଦ୍ର ପତ୍ତନଠାରୁ ୧୦ ହଜାର ୧୭୧ ଫୁଟ ଉଚ୍ଚରେ ୯.୨ କିଲୋମିଟର ଲମ୍ବ ଏହି ଟନେଲ ଲଦାଖକୁ ଦେଶର ଅନ୍ୟ ଅଞ୍ଚଳ ସହିତ ବର୍ଷ ସାରା ଯୋଡ଼ିବାକୁ ସକ୍ଷମ ହେବ। ଏହାର ନିର୍ମାଣ କାର୍ଯ୍ୟ ୨୦୧୦ ଜୁନ୍‌ ୨୮ରୁ ଆରମ୍ଭ ହୋଇଥିଲା। ଏହି ଟନେଲରେ ଯେକୌଣସି ଯାନ ସର୍ବାଧିକ ଘଣ୍ଟା ପ୍ରତି ୮୦ କିଲୋମିଟର ବେଗରେ ଯାତ୍ରା କରିପାରିବ। ଏକା ସାଙ୍ଗରେ ଟନେଲରେ ୩ ହଜାର କାର୍‌ ଏବଂ ୧୫୦୦ ଟ୍ରକ୍‌ ଯିବା ଆସିବା କରିପାରିବେ। ଏହି ଟନେଲ ନିର୍ମାଣରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଥିବା କୁହାଯାଉଛି। ଲଦାଖରେ ମୁତୟନ ଥିବା ଯବାନଙ୍କ ପାଖକୁ ଏହି ଟନେଲ ଦେଇ ଆବଶ୍ୟକ ସରଞ୍ଜାମ ଏବଂ ଖାଦ୍ୟ ପଦାର୍ଥ ସହଜରେ ଏବଂ ଶୀଘ୍ର ପହଞ୍ଚି ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri