Posted inଜାତୀୟ

ପୋଲିସ ମାଡ଼ରେ ପରିବା ବିକାଳିଙ୍କ ଜୀବନ ଗଲା

ଉନ୍ନାଓ, ୨୨।୫: ଉତ୍ତରପ୍ରଦେଶର ଉନ୍ନାଓ ଜିଲାରେ କୋଭିଡ୍‌-୧୯ କର୍ଫ୍ୟୁ ନିୟମ ଉଲ୍ଲଂଘନ ଅଭିଯୋଗରେ ଜଣେ ୧୭ ବର୍ଷୀୟ ପରିବା ବ୍ୟବସାୟୀଙ୍କୁ ପୋଲିସ ନିର୍ମମ ଭାବେ ପିଟିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ୨ଜଣ କନ୍‌ଷ୍ଟେବଲଙ୍କୁ ନିଲମ୍ବନ କରାଯିବା ସହ ଜଣେ ହୋମଗାର୍ଡଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଏଥିସହ ସେମାନଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି।

ବାଙ୍ଗରମାଉ ଅଧୀନ ଭାଟପୁରି ଅଞ୍ଚଳରେ ଫୈସଲ ହୁସେନ ତାଙ୍କର ଘର ନିକଟରେ ପରିବା ବିକ୍ରି କରୁଥିଲେ। ସେ କରୋନା କର୍ଫ୍ୟୁକୁ ଉଲ୍ଲଂଘନ କରିଥିବାରୁ କନ୍‌ଷ୍ଟେବଲ ବିଜୟ ଚୌଧୁରୀ, ସିମାବତ ଏବଂ ହୋମଗାର୍ଡ ସତ୍ୟପ୍ରକାଶ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ପରେ ସେମାନେ ଫୈସଲଙ୍କୁ ବାଙ୍ଗରମାଉ ଥାନାକୁ ନେଇଯାଇ ପୁଣି ମାଡ଼ ମାରିବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ତାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ତାଙ୍କୁ ଘୋଷଣା କରିଥିଲେ।

ପୋଲିସ ବର୍ବରତା ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଫୈସଲଙ୍କ ପରିବାରକୁ ସମସ୍ତ ସହାୟତା ଯୋଗାଇ ଦିଆଯିବା ସହ ଘଟଣାର ନିରପେକ୍ଷ ତଦନ୍ତ କରାଯିବ ବୋଲି ଏଏସ୍‌ପିଙ୍କ ପ୍ରତିଶ୍ରୁତି ପରେ ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri