Posted inଜାତୀୟ

ୟୁପିର ୫ ବାହୁବଳୀ ମାଫିଆ ଡନ୍‌: ବିରୋଧରେ ରହିଛି ହତ୍ୟା,ଲୁଟ ଆଦି ୨୦୦ରୁ ଅଧିକ ମାମଲା

ଲକ୍ଷ୍ନୌ, ୮।୭: ଉତ୍ତରପ୍ରଦେଶରେ ମାଫିଆ ଡନ୍‌ଙ୍କ କାହାଣୀ ବହୁ ପୁରୁଣା। କିଛି ଦିନ ତଳେ ୮ ପୋଲିସଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ବିକାଶ ଦୁବେ ଫେରାର ହୋଇ ଯାଇଛନ୍ତି। ଇତିମଧ୍ୟରେ ରାଜ୍ୟ ସରକାର ୩୩ ଅପରାଧୀଙ୍କ ତାଲିକା ଜାରି କରିଛନ୍ତି। ସେମାନଙ୍କ ମଧ୍ୟରେ ବହୁ ବାହୁବଳୀ ମଧ୍ୟ ରହିଛନ୍ତି। ରାଜ୍ୟ ଅପରାଧ ଇତିହାସରେ ୫ ଜଣ ମାଫିଆଡନ୍‌ଙ୍କୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ସେମାନଙ୍କ ନାମରେ ହତ୍ୟା, ଲୁଟ୍‌ ,ବଟି ଆଦାୟ ଆଦି ୨୦୦ରୁ ଅଧିକ ମାମଲା ରାଜ୍ୟର ବିଭିନ୍ନ ଥାନାରେ ଦାଏର ହୋଇଛି। ସେମାନଙ୍କ ମଧ୍ୟରେ ମୁଖତାର୍‌ ଅନ୍‌ସାରୀ, ଅତିକ୍‌ ଅହମ୍ମଦ୍‌, ଧନଞ୍ଜୟ ସିଂ, ବଦନ ସିଂ ବଦ୍ଦୋ ଏବଂ ବୃଜେଶ୍‌ ସିଂ ପ୍ରମୁଖଙ୍କ ନାମ ରହିଛି। ଏହି ଅପରାଧୀଙ୍କ ମଧ୍ୟରେ କେତେକ ୫ ଥର ବିଧାୟକ ରହିଥିବାବେଳେ କିଛି ଲଗାତର ୨୪ ବର୍ଷ ଧରି ନିର୍ବାଚନ ଜିତି ଚାଲିଛନ୍ତି। ମୁଖତାର୍‌ ଅନ୍‌ସାରୀ ରାଜ୍ୟରେ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଏବେ ସେ ୧୫ ବର୍ଷ ହେଲା ଜେଲ୍‌ରେ ରହିଛନ୍ତି। ତାଙ୍କ ନାମରେ ୪୦ରୁ ଅଧିକ ଆପରାଧୀକ ମାମଲା ରୁଜୁ ହୋଇଛି। ତାଙ୍କ ଦୁଇ ପୁଅ କୋଟିପତି ଥିବାବେଳେ ଭାଇ ଅଫଜଲ ଅନସାରୀ ଗାଜିପୁର ଏମ୍‌ପି ରହିଛନ୍ତି। ଅତିକ୍‌ ଅହମ୍ମଦ୍‌ ରାଜ୍ୟର ପୂର୍ବତନ ଏମ୍‌ପି। ସେ ଗତ ୩ ବର୍ଷ ଧରି ଜେଲ୍‌ରେ ଅଛନ୍ତି। ତାଙ୍କ ନାମରେ ୮୩ରୁ ଅଧିକ ମାମଲା ରହିଛି। ତାଙ୍କ ନାମ ଶୁଣିଲେ ଲୋକେ ଭୟ କରିଥାନ୍ତି। କୁହାଯାଏ ତାଙ୍କର ବିଚାର କରୁଥିବା ୧୦ ବିଚାରପତି ନିଜକୁ ଏହି ମାମଲାଠାରୁ ଅଲଗା ରଖିବାକୁ ନିଷ୍ପତ୍ତି ନେଇଥିଲେ। ଧନଞ୍ଜୟ ସିଂ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ବିରୋଧରେ ୪୦ରୁ ଅଧିକ ମାମଲା ରହିଛି। ବଦନ ସିଂ ବଦ୍ଦୋଙ୍କ ନାମରେ ବହୁ ଆପରାଧୀକ ମାମଲା ରହିଛି। ୨୦୧୭ ଅକ୍ଟୋବର ୩୦ରେ ତାଙ୍କୁ ଆଜୀବନ କାରାଦଣ୍ଡାଦେଶ କରାଯାଇଥିଲା। ତେବେ କିଛି ଦିନ ଜେଲ୍‌ରେ ରହିବା ପରେ ସେ ୬ ଜଣ ପୋଲିସଙ୍କୁ ମଦରେ ନିଶା ଔଷଧ ମିଶାଇ ପିଇବାକୁ ଦେଇଥିଲେ। ଏହା ପିଇବା ପରେ ପୋଲିସ ବେହୋସ୍‌ ହୋଇଯାଇଥିଲେ। ଏହାର ସୁଯୋଗ ନେଇ ସେ ଜେଲ୍‌ରୁ ଫେରାର୍‌ ହୋଇଯାଇଥିଲେ। ଏହି ମାମଲାରେ ୬ ପୋଲିସଙ୍କ ସମେତ ୧୮ ଜଣ ଲୋକଙ୍କୁ ଜେଲ ଦଣ୍ଡାଦେଶ କରାଯାଇଛି। ବୃଜେଶ୍‌ ସିଂଙ୍କ ନାମରେ ୩୦ରୁ ଅଧିକ ମାମଲା ରହିଛି। ପିତାଙ୍କ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ସେ ୬ ଜଣଙ୍କୁ ହତ୍ୟା କରିଥିଲେ। ଏବେ ସେ ୨୦୦୮ଠାରୁ ଜେଲ୍‌ରେ ବନ୍ଦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri