Posted inଜାତୀୟ

ୟୁପି ପରେ ହିମାଚଳ: ବୋର୍ଡରେ ରହିବ ହୋଟେଲ ମାଲିକଙ୍କ ନାଁ

ଶିମ୍‌ଲା, ୨୬।୯: ହିମାଚଳ ପ୍ରଦେଶର ସମସ୍ତ ଖାଦ୍ୟ ପ୍ରତିଷ୍ଠାନଗୁଡ଼ିକୁ ସେମାନଙ୍କର ମାଲିକଙ୍କ ନାମ ଓ ଠିକଣାକୁ ଭଲ ଭାବେ ପ୍ରଦର୍ଶନ କରିବାକୁ ପଡ଼ିବ। ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ରାଜ୍ୟ ସହରୀ ବିକାଶ ଏବଂ ମ୍ୟୁନିସିପାଲିଟି କର୍ପୋରେଶନର ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ବୋଲି ହିମାଚଳ ପ୍ରଦେଶର ସହରୀ ବିକାଶ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ ବୁଧବାର ଏକ୍ସ’ରେ ସୂଚନା ଦେଇଛନ୍ତି। ବିଭିନ୍ନ ଖାଦ୍ୟ ପ୍ରତିଷ୍ଠାନ ଓ ହୋଟେଲଗୁଡ଼ିକରେ ଯେପରି ଗ୍ରାହକ ସ୍ବଚ୍ଛ ଖାଦ୍ୟ ଖାଇବେ, ତାହା ସୁନିଶ୍ଚିତ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ବିକ୍ରମାଦିତ୍ୟ କହିଛନ୍ତି। ବିଭିନ୍ନ ଖାଦ୍ୟ ଷ୍ଟଲ୍‌ଗୁଡ଼ିକରେ ଭୋଜନର ଉପଲବ୍ଧତାକୁ ନେଇ ଲୋକଙ୍କ ମନରେ ରହୁଥିବା ଭୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିୟମକୁ କାର୍ଯ୍ୟକାରୀ କରିବେ। ଉତ୍ତରପ୍ରଦେଶ ପରି ହିମାଚଳ ପ୍ରଦେଶରେ ମଧ୍ୟ ଉକ୍ତ ନିୟମ କଡ଼ାକଡ଼ି ଭାବରେ ଲାଗୁ କରାଯିବ। ସେହିପରି ହିମାଚଳ ସରକାରଙ୍କ ପକ୍ଷରୁ ରାସ୍ତାରେ ଖାଦ୍ୟ ବିକ୍ରି କରୁଥିବା ଦୋକାନୀଙ୍କୁ ସ୍ବତନ୍ତ୍ର ଆଇଡି ପ୍ରଦାନ କରାଯିବ। ଯଦି ଦୋକାନରେ ମିଳୁଥିବା ଭୋଜନକୁ ନେଇ କୌଣସି ଗ୍ରାହକ ଅସନ୍ତୋଷ ପ୍ରକାଶ କରନ୍ତି, ତେବେ ଉକ୍ତ ସ୍ବତନ୍ତ୍ର ଆଇଡି ଜରିଆରେ ଅଭିଯୋଗ କରିହେବ ବୋଲି ବିକ୍ରମାଦିତ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri