Posted inଜାତୀୟ

ୟୁପି ବିଧାନସଭା ନିର୍ବାଚନ: ୪୮ ଘଣ୍ଟାରେ ଭାଜପାର ୬ ବିଧାୟକ ଦେଲେ ଇସ୍ତଫା

ଲକ୍ଷ୍ନୌ,୧୩ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବା ପରେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି । ବୁଧବାର ଓବିସି ନେତା ଦାରା ସିଂ ଚୌହାନ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି । ଗତ ୨ ଦିନ ମଧ୍ୟରେ ୬ ଜଣ ଇସ୍ତଫା ଦେଇଥିବା ନେତାଙ୍କ ମଧ୍ୟରେ ଦାରା ସିଂ ଅନ୍ୟତମ । ଇତିମଧ୍ୟରେ ଜଣେ କଂଗ୍ରେସ ବିଧାୟକ ଓ ଜଣେ ସମାଜବାଦୀ ପାର୍ଟି ବିଧାୟକ ଭାରତୀୟ ଜନତା ପାଟି(ଭାଜପା)ରେ ସାମିଲ ବି ହୋଇଛନ୍ତି ।
ଗୋଟିଏ ପଟେ ଭାଜପା ନେତାଙ୍କର ଦିଲ୍ଲୀରେ ଉତ୍ତର ପ୍ରଦେଶ ବିଧାନସଭାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବା ବେଳେ ମଙ୍ଗଳବାର କ୍ୟାବିନେଟ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଯୋଗୀଙ୍କ କ୍ୟାବିନେଟରୁ ଇସ୍ତଫା ଦେଇଥିଲେ । ଏହା ବ୍ୟତୀତ ଭାଜପା ବିଧାୟକ ଅବତାର ସିଂ ଭଡାନା ଦଳରୁ ଇସ୍ତଫା ଦେଇ ରାଷ୍ଟ୍ରୀୟ ଲୋକ ଦଳରେ ସାମିଲ ହୋଇଛନ୍ତି । ଏହାସହ ମୌର୍ଯ୍ୟଙ୍କ ସମର୍ଥକ କୁହାଯାଉଥିବା ୩ ବିଧାୟକ ବି ଦଳରୁ ଇସ୍ତଫା ଦେଇଛନ୍ତି । ତେଣୁ ଉତ୍ତର ପ୍ରଦେଶ ବିଧାନସଭା ପୂର୍ବରୁ ଭାଜପା ନେତାଙ୍କ ଦଳ ଛାଡିବା ଶାସକ ଦଳ ପାଇଁ ଏକ ବଡ ଝଟ୍‌କା ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri