Posted inଜାତୀୟ

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଜାତି ଭିତ୍ତିକ ରାଜନୈତିକ ସମାବେଶ, ଗାଡ଼ି ଷ୍ଟିକର, ସାଇନବୋର୍ଡ ଉପରେ କଟକଣା

ନୂଆଦିଲ୍ଲୀ,୨୨ା୯: ଉତ୍ତରପ୍ରଦେଶ ସରକାର ସୋମବାର ରାଜ୍ୟରେ ଜାତିଗତ ବୈଷମ୍ୟ ରୋକିବା ପାଇଁ ଆଲାହାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ରେକର୍ଡ ଓ ସାର୍ବଜନୀନ ସ୍ଥାନରେ ଜାତିଗତ ଉଲ୍ଲେଖ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇଛନ୍ତି।

ମୁଖ୍ୟ ସଚିବ ଦୀପକ କୁମାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏଫଆଇଆର, ଗିରଫ ମେମୋ ଓ ଅନ୍ୟାନ୍ୟ ପୁଲିସ ଦଲିଲରେ ଜାତିର ଉଲ୍ଲେଖ କରାଯିବ ନାହିଁ। ଏହା ପରିବର୍ତ୍ତେ ପରିଚୟ ପାଇଁ ପିତାମାତାଙ୍କ ନାମ ବ୍ୟବହାର କରାଯିବ। ପୋଲିସ ଷ୍ଟେସନ ନୋଟିସବୋର୍ଡ, ଗାଡ଼ି ଓ ସାଇନବୋର୍ଡରୁ ଜାତିଗତ ପ୍ରତୀକ, ସ୍ଲୋଗାନ ଓ ଉଲ୍ଲେଖ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଜାତିଗତ ରାଜନୈତିକ ସମାବେଶ ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି, ଏବଂ ସାମାଜିକ ଗଣମାଧ୍ୟମରେ କଡ଼ା ନଜର ରଖିବାକୁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଛି।

ତଥାପି, ଅନୁସୂଚିତ ଜାତି ଓ ଜନଜାତି (ନିର୍ଯାତନା ନିବାରଣ) ଆଇନ ଅଧୀନରେ ଦାୟର ମାମଲାରେ ଜାତିଗତ ପରିଚୟ ଆବଶ୍ୟକ ହେଉଥିବାରୁ ଏହାକୁ ବ୍ୟତିକ୍ରମ ରଖାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ପାଇଁ ପୁଲିସ ମାନୁଆଲ ଓ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସଓପି)ରେ ସଂଶୋଧନ କରାଯିବ।

ଏହି ନିର୍ଦ୍ଦେଶକୁ ନେଇ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରଶ୍ନ ଉଠାଇ କହିଛନ୍ତି, “୫,୦୦୦ ବର୍ଷରୁ ଚାଲିଆସୁଥିବା ଜାତିଗତ ପୂର୍ବାଗ୍ରହ ଦୂର କରିବା ପାଇଁ ସରକାର କ’ଣ କରିବେ? ଜାତିଗତ ପୋଷାକ, ସାଜସଜ୍ଜା ଓ ପ୍ରତୀକରୁ ଉତ୍ପନ୍ନ ବୈଷମ୍ୟ ରୋକିବା ପାଇଁ କି ପଦକ୍ଷେପ ନିଆଯିବ? କାହାର ନାମ ପୂର୍ବରୁ ଜାତି ପଚାରିବାର ମାନସିକତା ଓ ଜାତିଗତ ପୂର୍ବାଗ୍ରହ ଯୋଗୁଁ ଘର ଧୋଇବାକୁ ବାଧ୍ୟ କରାଯିବାର ପ୍ରଥାକୁ କିପରି ବନ୍ଦ କରାଯିବ? ଜାତିଗତ ପୂର୍ବାଗ୍ରହରେ ଭରା ଷଡ଼ଯନ୍ତ୍ର ଓ ଅପମାନଜନକ ଅଭିଯୋଗ ରୋକିବା ପାଇଁ କ’ଣ କରାଯିବ?” ସେ ଏକ୍ସରେ ଏହା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri