Posted inଜାତୀୟ

ଉତ୍ତରପ୍ରଦେଶ ସରକାର ନେଲେ ବଡ଼ ପଦକ୍ଷେପ, ହଲାଲ ଖାଦ୍ୟ ସାମଗ୍ରୀ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୮ା୧୧: ଏକ ବଡ଼ ନିଷ୍ପତ୍ତି କ୍ରମେ ଶନିବାର ଉତ୍ତରପ୍ରଦେଶ ସରକାର ରାଜ୍ୟରେ ହଲାଲ ଟ୍ୟାଗ ଖାଦ୍ୟ ସାମଗ୍ରୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଖାଦ୍ୟ ଉତ୍ପାଦନ କମିଶନଙ୍କ କାର୍ଯ୍ୟାଳୟ ଏକ ଆଦେଶରେ କହିଛନ୍ତି, “ତୁରନ୍ତ ପ୍ରଭାବ ସହିତ ଉତ୍ପାଦଗୁଡ଼ିକର ଉତ୍ପାଦନ, ସଂରକ୍ଷଣ, ବଣ୍ଟନ ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଯାଇଛି। ରପ୍ତାନି ପାଇଁ ଉଦ୍ଦିଷ୍ଟ ଖାଦ୍ୟ ସାମଗ୍ରୀ ପ୍ରତିବନ୍ଧକରୁ ମୁକ୍ତ ବୋଲି ଏଥିରେ କୁହାଯାଇଛି।”

ଖାଦ୍ୟ ପଦାର୍ଥର ହାଲ୍ ସାର୍ଟିଫିକେଟ୍ ହେଉଛି ଏକ ସମାନ୍ତରାଳ ପ୍ରଣାଳୀ ଯାହା ଖାଦ୍ୟ ସାମଗ୍ରୀର ଗୁଣବତ୍ତାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି କରେ ଏବଂ ଖାଦ୍ୟ ଆଇନ ଖାଦ୍ୟ ସୁରକ୍ଷା ଏବଂ ମାନକ ଅଧିନିୟମର ଧାରା ୮୯ ଅନୁଯାୟୀ ତାହା କାର୍ୟ୍ୟକ୍ଷମ ନୁହେଁ ବୋଲି ଆଦେଶରେ କୁହାଯାଇଛି। ଖାଦ୍ୟ ସାମଗ୍ରୀର ଗୁଣବତ୍ତା ନିର୍ଣ୍ଣୟ କରିବାର ଅଧିକାର କେବଳ ଉକ୍ତ ଆଇନର ଧାରା ୨୯ ରେ ଦିଆଯାଇଥିବା କର୍ତ୍ତୃପକ୍ଷ ଏବଂ ଅନୁଷ୍ଠାନମାନଙ୍କ ଉପରେ ନିର୍ଭର କରେ, ଯେଉଁମାନେ ଆଇନର ଧାରା ଅନୁଯାୟୀ ସମ୍ପୃକ୍ତ ମାନଦଣ୍ଡ ଯାଞ୍ଚ କରନ୍ତି ବୋଲି ସେ କହିଛନ୍ତି।

“ଜାଲ୍” ହଲାଲ ସାର୍ଟିଫିକେଟ୍ ପ୍ରଦାନ କରି ବିକ୍ରୟ ବୃଦ୍ଧି ପାଇଁ “ଲୋକଙ୍କ ଧାର୍ମିକ ଭାବନାକୁ ଶୋଷଣ” ଅଭିଯୋଗରେ ଏକ କମ୍ପାନୀ ଏବଂ ଅନ୍ୟ କେତେକ ସଂଗଠନ ବିରୋଧରେ ପୋଲିସ୍ ମାମଲା ଦାୟର ହେବା ପରେ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri