Posted inଜାତୀୟ

ଦ୍ୱାଦଶ ବୋର୍ଡର ଇଂଲିଶ ପ୍ରଶ୍ନପତ୍ର ଲିକ୍‌: ୨୪ଟି ଜିଲାରେ ପରୀକ୍ଷା ବାତିଲ

ଲକ୍ଷ୍ନୌ,୩୦।୩: ଉତ୍ତରପ୍ରଦେଶ ବୋର୍ଡ ପରୀକ୍ଷାରେ ଦ୍ୱାଦଶର ଇଂଲିଶ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଏନେଇ ଖବର ମିଳିବା ପରେ ୨୪ଟି ଜିଲାରେ ଇଂଲିଶ ପରୀକ୍ଷାକୁ ବାତିଲ କରାଯାଇଛି। ବୁଧବାର ଦ୍ୱିପ୍ରହର ୨ଟାରେ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ପ୍ରଶ୍ନପତ୍ର ଲିକ୍‌ ଯୋଗୁ ପରୀକ୍ଷା ହୋଇ ପାରି ନ ଥିଲା। ତେବେ ଅବଶିଷ୍ଟ ୫୧ଟି ଜିଲାରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ବୋର୍ଡ ପରୀକ୍ଷା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ବିଭାଗର ଏସିଏସ୍‌ ଆରାଧନା ଶୁକ୍ଲା କହିଛନ୍ତି। ମିଳିଥିବା ସୂଚନା ଅନୁସାରେ, ବଲିଆରେ ଏହି ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଅନ୍ୟପଟେ ବାତିଲ ହୋଇଥିବା ପରୀକ୍ଷାର ପରବର୍ତ୍ତୀ ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇନାହିଁ। ଖୁବ୍‌ଶୀଘ୍ର ଏନେଇ ଏକ ବିଜ୍ଞପ୍ତି ଜାରି କରାଯିବ ବୋଲି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିନୟ କୁମାର ପାଣ୍ଡେ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri