Posted inଜାତୀୟ

କ୍ୟାବିନେଟ ମନ୍ତ୍ରୀ ସ୍ବତନ୍ତ୍ର ଦେବଙ୍କ ମା’ଙ୍କ ନିଧନ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୮।୩: ଯୋଗୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ସ୍ବତନ୍ତ୍ର ଦେବ ସିଂହଙ୍କ ମା’ଙ୍କ ପରଲୋକ ଘଟିଛି। ୯୯ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ସମୟ ଧରି ଅସୁସ୍ଥ ହୋଇପଡିଥିଲେ। ମା’ଙ୍କ ମୃତ୍ୟୁ ଖବର ଶୁଣିବା ମାତ୍ରେ ସ୍ବତନ୍ତ୍ର ଦେବ ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି। ସ୍ବତନ୍ତ୍ର ଦେବ ବାରାଣସୀ ବିମାନବନ୍ଦରରୁ ମିର୍ଜାପୁରସ୍ଥିତ ତାଙ୍କ ପୈତୃକ ବାସଭବନକୁ ଯାଇଥିଲେ। ସେଠାରେ ମା’ଙ୍କ ଶେଷ ଦର୍ଶନ କରିବା ପରେ ଶେଷକୃତ୍ୟ ପାଇଁ ନିଜ କାନ୍ଧରେ ବୋହି ସ୍ବତନ୍ତ୍ର ଦେବ ମଣିକର୍ଣ୍ଣିକା ଘାଟ ବାରାଣସୀରେ ପହଞ୍ଚିଥିଲେ। ସେଠାରେ ମା’ଙ୍କ ରୀତିନୀତିରେ ଶେଷକୃତ୍ୟ ସମ୍ପନ୍ନ କରାଯିବ। ଅନ୍ୟପଟେ ସ୍ବତନ୍ତ୍ର ଦେବଙ୍କ ମା’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରିଛନ୍ତି। ଯୋଗୀ ଆଦିତ୍ୟନାଥ ଟୁଇଟ ଏବଂ ଫୋନ୍‌ କରି ତାଙ୍କ ମା’ଙ୍କ ମୃତ୍ୟୁକୁ ନେଇ ଗଭୀର ସମବେଦନା ଜଣାଇଛନ୍ତି। ଅନ୍ୟପଟେ ସମସ୍ତ ଭାଜପା ନେତା ମଧ୍ୟ ଶୋକ ବ୍ୟକ୍ତ କରିବା ସହ ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ପହଞ୍ଚିଥିଲେ। ସେହିପରି ଉତ୍ତରପ୍ରଦେଶର ଉଭୟ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକଙ୍କ ସମେତ ସମସ୍ତ ଭାଜପା ନେତା ତାଙ୍କ ମା’ଙ୍କ ମୃତ୍ୟୁକୁ ନେଇ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri