Posted inଜାତୀୟ

କ୍ୟାବିନେଟ ମନ୍ତ୍ରୀ ସ୍ବତନ୍ତ୍ର ଦେବଙ୍କ ମା’ଙ୍କ ନିଧନ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୮।୩: ଯୋଗୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ସ୍ବତନ୍ତ୍ର ଦେବ ସିଂହଙ୍କ ମା’ଙ୍କ ପରଲୋକ ଘଟିଛି। ୯୯ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ସମୟ ଧରି ଅସୁସ୍ଥ ହୋଇପଡିଥିଲେ। ମା’ଙ୍କ ମୃତ୍ୟୁ ଖବର ଶୁଣିବା ମାତ୍ରେ ସ୍ବତନ୍ତ୍ର ଦେବ ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି। ସ୍ବତନ୍ତ୍ର ଦେବ ବାରାଣସୀ ବିମାନବନ୍ଦରରୁ ମିର୍ଜାପୁରସ୍ଥିତ ତାଙ୍କ ପୈତୃକ ବାସଭବନକୁ ଯାଇଥିଲେ। ସେଠାରେ ମା’ଙ୍କ ଶେଷ ଦର୍ଶନ କରିବା ପରେ ଶେଷକୃତ୍ୟ ପାଇଁ ନିଜ କାନ୍ଧରେ ବୋହି ସ୍ବତନ୍ତ୍ର ଦେବ ମଣିକର୍ଣ୍ଣିକା ଘାଟ ବାରାଣସୀରେ ପହଞ୍ଚିଥିଲେ। ସେଠାରେ ମା’ଙ୍କ ରୀତିନୀତିରେ ଶେଷକୃତ୍ୟ ସମ୍ପନ୍ନ କରାଯିବ। ଅନ୍ୟପଟେ ସ୍ବତନ୍ତ୍ର ଦେବଙ୍କ ମା’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରିଛନ୍ତି। ଯୋଗୀ ଆଦିତ୍ୟନାଥ ଟୁଇଟ ଏବଂ ଫୋନ୍‌ କରି ତାଙ୍କ ମା’ଙ୍କ ମୃତ୍ୟୁକୁ ନେଇ ଗଭୀର ସମବେଦନା ଜଣାଇଛନ୍ତି। ଅନ୍ୟପଟେ ସମସ୍ତ ଭାଜପା ନେତା ମଧ୍ୟ ଶୋକ ବ୍ୟକ୍ତ କରିବା ସହ ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ପହଞ୍ଚିଥିଲେ। ସେହିପରି ଉତ୍ତରପ୍ରଦେଶର ଉଭୟ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକଙ୍କ ସମେତ ସମସ୍ତ ଭାଜପା ନେତା ତାଙ୍କ ମା’ଙ୍କ ମୃତ୍ୟୁକୁ ନେଇ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri