ଚାହିଦା ପୂରା କରିପାରିଲାନି ୟୁପି! ପୁଣି ଏହି ରାଜ୍ୟରୁ ଆସିବ ଆଳୁ

ଭୁବନେଶ୍ୱର,୫୧୮: ଓଡ଼ିଶାରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ପୁଣି ଏକ ରାଜ୍ୟରୁ ଆଳୁ ଆଣିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏବେ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ପରେ ଅନ୍ୟ ଏକ ରାଜ୍ୟରୁ ଆଳୁ ଆସିବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର।

ସେ କହିଛନ୍ତି, ଉତ୍ତରପ୍ରଦେଶ ପରେ ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ମଗାଯିବ ଆଳୁ। ଉତ୍ତର ପ୍ରଦେଶ ଆଳୁ ଶୀଘ୍ର ପଚିବା କଥା ମିଛ ଆଲୋଚନା ହେଉଛି। ଓଡ଼ିଶାରେ ୟୁପି ଆଳୁ ବିକ୍ରି ହେଲାଣି, କ୍ୱାଲିଟି ବହୁତ ଭଲ। ପଶ୍ଚିମବଙ୍ଗ ବ୍ଲାକମେଲ୍‌ର ଶିକାର ନହୋଇ ସ୍ୱାଭିମାନକୁ ଦେଖିଲୁ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।

ତେବେ ଯେଗାଣ ମନ୍ତ୍ରୀ ପାତ୍ର ପୂର୍ବରୁ କହିଥିଲେ, ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ କରୁଛନ୍ତି। ତେଣୁ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । କିଛିଦିନ ପୂର୍ବରୁ ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ । ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri