ଉତ୍ତର ପ୍ରଦେଶରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ

ଲକ୍ଷ୍ନୌ,୧୮ ।୪: ଦେଶରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହୋଇଯାଇଛି ବୋଲି ଅନୁମାନ କରାଯାଉଛି । କିଛିଦିନ ହେବ କରୋନା ସଂକ୍ରମଣ କମ୍ ହୋଇଥିବା ବେଳେ ଏବେ ପୁଣିଥରେ ସଂକ୍ରମଣ ବଢିବାରେ ଲାଗିଛି । ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ପ୍ରଦେଶ ଓ ଆଉ କିଛି ରାଜ୍ୟରେ ସଂକ୍ରମିତ ବେଳକୁ ବେଳ ବଢିବାରେ ଲାଗିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର କିଛି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରି ଦେଇଛନ୍ତି । ରାଜଧାନୀ ଦିଲ୍ଲୀକୁ ଲାଗି ରହିଥିବା ଗୌତମବୁଦ୍ଧ ନଗର, ଗାଜିଆବାଦ, ମେରଠ, ହାପୁଡ, ବାଗପତ, ବୁଲନ୍ଦସହର ସମେତ ଲକ୍ଷ୍ନୌରେ ବି ମାସ୍କ ବାଧ୍ୟତାମୂଳକ କରାଯାଇଛି । ଉତ୍ତର ପ୍ରଦେଶରେ ଗତ ଏକ ସପ୍ତାହ ହେବ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟସରକାର ଏଭଳି ପଦକ୍ଷେପ ନେଇଛନ୍ତି । କାରଣ କିଛିଦିନ ହେବ ଦେଶରେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇଥିବା ବେଳେ ଲୋକେ କରୋନା କଟକଣାକୁ ସାମାନ୍ୟ ହେଲା କରିଦେଇଥିିଲେ । ହେଲେ ଏବେ ପୁଣିଥରେ ସଂକ୍ରମଣ ବଢୁଥିବାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri