Posted inଜାତୀୟ

ଯବାନଙ୍କୁ କ୍ଷମା ମାଗନ୍ତୁ ରାହୁଲ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୭ ।୧୨: ଅରୁଣାଚଳ ପ୍ରଦେଶର ତୱାଂଗ ସେକ୍ଟରରେ ଭାରତ ଓ ଚାଇନା ସେନାଙ୍କ ମଧ୍ୟରେ ଉପୁଜିଥିବା ଉତ୍ତେଜନା ପରିସ୍ଥିତିକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି । ଏହି ଘଟଣାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରକାରଙ୍କୁ ଟାର୍ଗେଟ କରି କହିଥିଲେ ‘ଚାଇନା ଆମ ଯବାନଙ୍କୁ ପିଟୁଛି ।’ କଂଗ୍ରେସ ଏମପିଙ୍କ ଏହି ବୟାନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ପକ୍ଷରୁ କଡା ପ୍ରତିକ୍ରିୟା ଆସୁଛି । ଭାଜପା କଂଗ୍ରେସ ନେତାଙ୍କ ଉପରେ ଦେଶରେ ଭ୍ରମ ସୃଷ୍ଟି କରିବା, ସେନାଙ୍କ ମନୋବଳ ଭାଙ୍ଗିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛି । ଏବେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାର ନିନ୍ଦା କରିଛନ୍ତି ।
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି, ‘ରାହୁଲ ଗାନ୍ଧୀଙ୍କ ବୟାନ ଅତ୍ୟନ୍ତ ଅମର୍ଯ୍ୟାଦିତ, ପିଲାଳିଆମି ତଥା ରାଷ୍ଟ୍ର ବିରୋଧି ତତ୍ତ୍ୱକୁ ଉତ୍ସାହିତ କରୁଛି । ଏହା ଅନ୍ତର୍ଜାତୀୟ ସ୍ତରରେ ଭାରତ ଓ ଭାରତୀୟ ସେନାଙ୍କୁ ଅପମାନିତ କରିବା ଭଳି । ଆମେ ତାଙ୍କ ବୟାନର ନିନ୍ଦା କରୁଛୁ । ଆଦିତ୍ୟନାଥ କହିଛନ୍ତି ଆମେ କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ଚିନ୍ତାଧାରାକୁ ନିନ୍ଦା କରୁଛୁ । ଏହାସହ ରାହୁଲ ଗାନ୍ଧୀ ଦେଶବାସୀ ଓ ଦେଶର ବୀର ଯବାନଙ୍କୁ କ୍ଷମା ମାଗନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri