Posted inଜାତୀୟ

ଚରିତ୍ର ସଂହାର କରିବାରୁ କଂଗ୍ରେସରୁ ଇସ୍ତଫା ଦେଲେ ଫାରହା ନଇମ

ବଡାଉନ,୨୮ ।୧: କଂଗ୍ରେସର କଳି ଏବେ ପ୍ରାୟ ସବୁ ରାଜ୍ୟରେ ଦେଖିବାକୁ ମିଳିଲାଣି । ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଘୋଷଣା କରାଯାଇଥିବା ବେଳେ ଏବେ ଶେଖୁପୁର ବିଧାନସଭା ଆସନରୁ କଂଗ୍ରେସର ପ୍ରାର୍ଥି ଥିବା ଫରହା ନଇମ ଗୁରୁବାର ଦଳରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସର ଜିଲା ସଭାପତି ଓମକାର ସିଂ ଫାରହାଙ୍କ ଚରିତ୍ର ସଂହାର କରିଥିବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି ।
ଫାରହା କହିଛନ୍ତି, ପ୍ରିୟଙ୍କା ଗାନ୍ଧୀ ଦଳରେ ଥିବାରୁ ସେ ମହିଳାଙ୍କ ଅଧିକାର ପାଇଁ ଲଢିବାକୁ ଆଗକୁ ଆସିଥିଲେ । ହେଲେ ଓମକାରଙ୍କ ଭଳି ଲୋକ ଦଳରେ ଥିଲେ ସେ କେବେ ରହିପାରିବେ ନାହିଁ ବୋଲି ଫାରହା ସ୍ପଷ୍ଟ ଭାବେ କହିଛନ୍ତି । ସୂଚନାଯୋଗ, ବିଧାନସଭା ନିର୍ବାଚନ ଲଢିବା ପାଇଁ ଫାରହାଙ୍କୁ ଶେଖୁପୁର ଆସନରୁ ଲଢିବାକୁ କଂଗ୍ରେସ ଟିକେଟ ଦେଇଥିଲା । ହେଲେ ଏବେ ଓମକାର ତାଙ୍କୁ ଯେଉଁଭଳି ବ୍ୟବହାର ଦେଖାଇଛନ୍ତି ସେଥିପାଇଁ ସେ ନିର୍ବାଚନ ନ ଲଢିବା ସହ ଦଳରୁ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି । କାରଣ ଓମକାର ତାଙ୍କ ଚରିତ୍ରକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।
ଏକ ସାକ୍ଷାତ୍‌କାରରେ ଫାରହା କହିଛନ୍ତି ମହିଳାମାନେ ବଡାଉନରେ ଆଦୌ ସୁରକ୍ଷିତ ନୁହେଁ । ଓମକାର ସିଂ ମୋ ଚରିତ୍ର ସଂହାର କରିଛନ୍ତି ମୋତେ ଚରିତ୍ରହୀନା ବୋଲି କହିଛନ୍ତି ପୁଣି ମୁସଲିମ ମହିଳାଙ୍କୁ ଟିକେଟ ଦେବା ଉଚିତ ନୁହେଁ ବୋଲି ବି କହିଛନ୍ତି । ହେଲେ କଂଗ୍ରେସ ସବୁ ସମ୍ପ୍ରଦାୟକୁ ସମାନ ଦୃଷ୍ଟିରେ ଦେଖିଥାଏ । କିନ୍ତୁ ଓମକାରଙ୍କ ଭଳି ଲୋକ ଦଳରେ ଥିଲେ ମୁଁ ସେଠି ରହିପାରିବି ନାହିଁ ବୋଲି ଫାରହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri