Posted inଜାତୀୟ

ୟୁପି ବିଧାନସଭା ନିର୍ବାଚନ ମଧ୍ୟରେ ଏଣ୍ଟ୍ରି କଲା ଓମିକ୍ରନ୍‌: ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୧୩

ଲକ୍ଷ୍ନୌ,୧୮ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି ସବୁ ରାଜନୈତିକ ଦଳ ବଡ ବଡ ରାଲିର ଆୟୋଜନ କରୁଛନ୍ତି । ଆଉ ଏହାରି ଭିତରେ ଉତ୍ତର ପ୍ରଦେଶର ଗାଜିଆବାଦରେ ଏଣ୍ଟ୍ରି ମାରିଛି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଗାଜିଆବାଦରେ ୨ଜଣ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୧୩ରେ ପହଞ୍ଚିଛି । କୁହାଯାଉଛି କି ଓମିକ୍ରନର ସଂକ୍ରମଣ ଡେଲ୍ଟାଠାରୁ ବହୁ ଗୁଣରେ ଅଧିକ ହୋଇଥିବାରୁ ଦେଶରେ ଏହା ତୃତୀୟ ଲହର ଆଣିପାରେ ବୋଲି ଆଶଙ୍କା କରାଯାଉଛି । ସୂଚନାଯୋଗ୍ୟ, ଡିସେମ୍ବର ୩ରେ ମୁମ୍ବାଇରୁ ଜୟପୁର ଦେଇ କାର୍‌ରେ ଗାଜିଆବାଦ ଆସିଥିବା ୨ ବରିଷ୍ଠ ନାଗରିକ ଓମିକ୍ରନ୍‌ର ଶିକାର ହୋଇଛନ୍ତି । କାଶ ହେବାରୁ ପ୍ରଥମେ ଏମାନଙ୍କ କରୋନା ଟେଷ୍ଟ କରାଯାଇଥିଲା ଏହାର ରିପୋର୍ଟ ପଜିଟିଭ ଆସିବାରୁ ଜିନୋମ ସିକ୍ୟୁଏନସିଂ କରାଯାଇଥିଲା ଓ ଏଥିରେ ସେମାନେ ଓମିକ୍ରନ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ଦେଶରେ ୨ ଡିସେମ୍ବରରେ ଓମିକ୍ରନର ପ୍ରଥମ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୧୫ ଦିନ ମଧ୍ୟରେ ଏହି ସଂଖ୍ୟା ୧୧୩ରେ ପହଞ୍ଚିଲାଣି । ଏବେ ମହାରାଷ୍ଟ୍ର ପୁଣିଥରେ ଡରାଇଲାଣି । କାରଣ ଏବେ ମହାରାଷ୍ଟ୍ରରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୪୦ରେ ପହଞ୍ଚିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri