Posted inଜାତୀୟ

ୟୁପି ଡିଜିପି ମୁକୁଲ ଗୋଏଲ ବହିଷ୍କୃତ

ଲକ୍ଷ୍ନୌ, ୧୨ା୫: ଉତ୍ତରପ୍ରଦେଶ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ମୁକୁଲ ଗୋଏଲଙ୍କୁ ବୁଧବାର ତାଙ୍କ ପଦରୁ ବହିଷ୍କୃତ କରାଯାଇଛି। କର୍ତ୍ତବ୍ୟରେ ହେଳା ଏବଂ ସରକାରୀ ନିର୍ଦ୍ଦେଶ ଅବମାନନା କରୁଥିବାରୁ ତାଙ୍କୁ ଏହି ପଦବୀରୁ ହଟାଯାଇଥିବା ୟୁପି ସରକାରଙ୍କ ପକ୍ଷରୁ କୁହାଯାଇଛି। ମୁକୁଲ ଗୋଏଲଙ୍କୁ ଏବେ ସିଭିଲ ସିକ୍ୟୁରିଟି ଡିଜି ଦାୟିତ୍ୱ ଦିଆଯାଇଛି।

ମୁକୁଲଙ୍କ ସ୍ଥାନରେ ଆଇନ ଶୃଙ୍ଖଳା ବିଭାଗରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ଥିବା ପ୍ରଶାନ୍ତ କୁମାର ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ୨୦୨୧ ଜୁଲାଇରେ ମୁକୁଲ ଗୋଏଲ ୟୁପି ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପୂର୍ବରୁ ସେ ଆଲମୋରା, ଜଲାଉନ୍‌, ମଣିପୁରୀ, ହାଥରସ୍‌, ଆଜମଗଡ଼, ଗୋରଖପୁର, ବାରାଣସୀ, ଶାହାରନ୍‌ପୁର ଏବଂ ମିରଟ ଜିଲାରେ ଏସ୍‌ପି/ଏସ୍‌ଏସ୍‌ପି ଭାବେ କାର୍ଯ୍ୟ କରିଛନ୍ତି। ଏଥିସହ ସେ ଇଣ୍ଡୋ-ତିବ୍ବେତାନ୍‌ ବର୍ଡର ପୋଲିସ (ଆଇଟିବିପି) ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍‌ଡିଆର୍‌ଏଫ୍‌)ରେ ମଧ୍ୟ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଅଧ୍ୟକ୍ଷଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୦।୩: ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପାର୍ଟଟାଇମ୍‌ ଅଧ୍ୟକ୍ଷ ଅତନୁ ଚକ୍ରବର୍ତ୍ତୀ ବୁଧବାର ଅଚାନକ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ବ୍ୟାଙ୍କର ପ୍ରଶାସନ, ମନୋନୟନ ଓ ବେତନ କମିଟି…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି…

ଇରାନର ପରମାଣୁ ଶକ୍ତି ଶେଷ…ମୃତ୍ୟୁର କଳ୍ପନାଜଳ୍ପନା ମଧ୍ୟରେ ନେତାନ୍ୟାହୁ କହିଲେ ‘ମୁଁ ଏବେ ବି ଜୀବିତ ଅଛି’

ନୂଆଦିଲ୍ଲୀ,୨୦।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି । ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri