Posted inଜାତୀୟ

ଯୋଗୀଙ୍କ ମୁଣ୍ଡରେ ବିଜୟ ତିଳକ ଲଗାଇଲେ ମୂଲାୟମଙ୍କ ନାତୁଣୀ

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ରେ ଭାରତୀୟ ଜନତା ପାର୍ଟି ନିଜର ପ୍ରାଧାନ୍ୟ ବଜାୟ ରଖିବାରେ ସଫଳ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ଭାଜପା ଲଗାତାର ଦ୍ୱିତୀୟ ଥର ବିଜୟ ହାସଲ କରି ଇତିହାସ ସୃଷ୍ଟି କରିଛି। ନିର୍ବାଚନ ଫଳାଫଳ ପରେ ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ପରିବାରରେ କେଉଁଠି ଆନନ୍ଦ ତ ଆଉ କେଉଁଠି ଦୁଃଖର ମାହୋଲ ରହିଛି। ମୁଲାୟମ ସିଂ ଯାଦବଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବଙ୍କ ଘରେ ଭାଜପାର ବିଜୟ ଉତ୍ସବ ପାଳନ କରାଯାଉଛି। ଅପର୍ଣ୍ଣା ତାଙ୍କ ଝିଅଙ୍କ ସହ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବାକୁ ଆସି ତାଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଅପର୍ଣ୍ଣାଙ୍କ କୁନି ଝିଅ ତଥା ମୂଲାୟମଙ୍କ ନାତୁଣୀ ଯୋଗୀଙ୍କ ମୁଣ୍ଡରେ ତିଳକ ଲଗାଇଥିଲେ। ସୂଚନାଯୋଗ୍ୟ, ୟୁପି ନିର୍ବାଚନ ପୂର୍ବରୁ ଅପର୍ଣ୍ଣ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri