ୟୁପି ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୫୯ଆସନ ପାଇଁ ମତଦାନ ଜାରି: ଭୋଟ ଦେଲେ ମାୟାବତୀ

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ଏହି ସମୟରେ ସମୁଦାୟ ୨.୧୩ କୋଟି ଭୋଟର ନିଜର ଅଧିକାର ସାବ୍ୟସ୍ତ କରୁଛନ୍ତି। ସେଥିମଧ୍ୟରୁ ୧.୧୪ କୋଟି ପୁରୁଷ ଭୋଟର ଥିବା ବେଳେ ୯୯.୩ ଲକ୍ଷ ମହିଳା ଭୋଟର ଅଛନ୍ତି। ଚତୁର୍ଥ ପର୍ଯ୍ୟାୟ ପାଇଁ ସମୁଦାୟ ୧୩୮୧୭ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଚାଲିଥିବା ବେଳେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ ଭୋଟରମାନେ ବହୁ ଉତ୍ସାହର ସହ ନିଜର ମତଦାନ କରୁଥିବାେଦେଖିବାକୁ ମିଳିଛି। ଇତିମଧ୍ୟରେ ସକାଳୁ ସକାଳୁ ଲକ୍ଷ୍ନୌର ଏକ ମତଦାନ କେନ୍ଦ୍ରରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଏଥିସହ ସେ ଭୋଟରଙ୍କୁ ଅପିଲ କରିଛନ୍ତି, ସମସ୍ତେ ନିଜର ଭୋଟ ବ୍ୟବହାର କରିବା ଉଚିତ୍‌। କାରଣ ଗୋଟିଏ ଗୋଟିଏ ଭୋଟ ବହୁ ଗୁରୁତ୍ୱପୂର୍ଣ୍ଣ। ଗଣତନ୍ତ୍ର ପାଇଁ ଭୋଟ ଦେବା ଜରୁରୀ ବୋଲି ମାୟାବତୀ କହିଛନ୍ତି। ଅନ୍ୟପଟେ ଭାଜପା ନେତ୍ରୀ ଆଦିତି ସିଂ ରାଏ ମଧ୍ୟ ବରେଲିରେ ଭୋଟ ଦେଇଛନ୍ତି। ସେ କହିଛନ୍ତି, ଏଠାରେ କଂଗ୍ରେସର କିଛି ନାହିଁ। ଏହି ଅଞ୍ଚଳକୁ କଂଗ୍ରେସର ଗଡ଼ ବୋଲି କହିବା ବନ୍ଦ କରନ୍ତୁ। ମୁଁ ରାଏବରେଲିଙ୍କୁ ସବୁବେଳେ ସୁରକ୍ଷିତ ରଖିବି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri