ୟୁପି ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୫୯ଆସନ ପାଇଁ ମତଦାନ ଜାରି: ଭୋଟ ଦେଲେ ମାୟାବତୀ

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ଏହି ସମୟରେ ସମୁଦାୟ ୨.୧୩ କୋଟି ଭୋଟର ନିଜର ଅଧିକାର ସାବ୍ୟସ୍ତ କରୁଛନ୍ତି। ସେଥିମଧ୍ୟରୁ ୧.୧୪ କୋଟି ପୁରୁଷ ଭୋଟର ଥିବା ବେଳେ ୯୯.୩ ଲକ୍ଷ ମହିଳା ଭୋଟର ଅଛନ୍ତି। ଚତୁର୍ଥ ପର୍ଯ୍ୟାୟ ପାଇଁ ସମୁଦାୟ ୧୩୮୧୭ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଚାଲିଥିବା ବେଳେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ ଭୋଟରମାନେ ବହୁ ଉତ୍ସାହର ସହ ନିଜର ମତଦାନ କରୁଥିବାେଦେଖିବାକୁ ମିଳିଛି। ଇତିମଧ୍ୟରେ ସକାଳୁ ସକାଳୁ ଲକ୍ଷ୍ନୌର ଏକ ମତଦାନ କେନ୍ଦ୍ରରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଏଥିସହ ସେ ଭୋଟରଙ୍କୁ ଅପିଲ କରିଛନ୍ତି, ସମସ୍ତେ ନିଜର ଭୋଟ ବ୍ୟବହାର କରିବା ଉଚିତ୍‌। କାରଣ ଗୋଟିଏ ଗୋଟିଏ ଭୋଟ ବହୁ ଗୁରୁତ୍ୱପୂର୍ଣ୍ଣ। ଗଣତନ୍ତ୍ର ପାଇଁ ଭୋଟ ଦେବା ଜରୁରୀ ବୋଲି ମାୟାବତୀ କହିଛନ୍ତି। ଅନ୍ୟପଟେ ଭାଜପା ନେତ୍ରୀ ଆଦିତି ସିଂ ରାଏ ମଧ୍ୟ ବରେଲିରେ ଭୋଟ ଦେଇଛନ୍ତି। ସେ କହିଛନ୍ତି, ଏଠାରେ କଂଗ୍ରେସର କିଛି ନାହିଁ। ଏହି ଅଞ୍ଚଳକୁ କଂଗ୍ରେସର ଗଡ଼ ବୋଲି କହିବା ବନ୍ଦ କରନ୍ତୁ। ମୁଁ ରାଏବରେଲିଙ୍କୁ ସବୁବେଳେ ସୁରକ୍ଷିତ ରଖିବି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri