Posted inଜାତୀୟ

ଉତ୍ତର ପ୍ରଦେଶ ବନ୍ୟାରେ ବିଗିଡିଲା ସ୍ଥିତି ୬୦୦ ଗାଁ ପ୍ରଭାବିତ, ୭ ମୃତ

ଲକ୍ଷ୍ନୌ,୯ ।୧୦: ଲଗାଣ ବର୍ଷା ଯୋଗୁ ଉତ୍ତର ପ୍ରଦେଶରେ ବନ୍ୟା ପରିସ୍ଥିତି ଜଟିଳ ହୋଇ ପଡିଛି । ରାପ୍ତି ନଦୀରେ ଆସିଥିବା ବନ୍ୟା ଫଳରେ ଶ୍ରାବସ୍ତି ଓ ବଳରାମପୁର ଜିଲା ପ୍ରଭାବିତ ହୋଇଛି । ଏପଟେ ସରଜୁ ନଦୀରେ ଆସିଥିବା ବନ୍ୟାରେ ପ୍ରାୟ ୬୦୭ ଗାଁ ପ୍ରଭାବିତ ହୋଇଥିବା କୁହାଯାଉଛି । ଶ୍ରାବସ୍ତୀରେ ଆସିଥିବା ବନ୍ୟା ପାଣିରେ ଶନିବାର ୪ ଜଣ ଭାସିଯାଇଥିବା ବଳେ ବହରାଇଚରେ ୩ ଜଣ ଲୋକ ବୁଡି ଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ଅନ୍ୟପଟେ ବଳରାମପୁରର କାଲିଆ ଥାନା ଅଞ୍ଚଳରେ ଶେଖନପୁରୱା ଗାଁରେ ଶନିବାର ବନ୍ୟା ପାଣିରେ ୩ ଜଣ କିଶୋର ଭାସି ଯାଉଥିବା ବେଳେ ଗାଁ ଲୋକେ କୌଣସି ପ୍ରକାରେ ଜଣକୁ ଉଦ୍ଧାର କରିଥିଲେ ବି ଏବେ ଅନ୍ୟ ୨ ଜଣ ନିଖୋଜ ଥିବା ଜଣାପଡିଛି ।
ରାପ୍ତିରେ ଆସିଥିବା ବନ୍ୟାରେ ଶ୍ରାବସ୍ତୀ ଜିଲାର ୧୨୨ ଗାଁ ପ୍ରଭାବିତ ହୋଇଛି । ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ୭,୨୩୮ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଇଛି । ଏହି ବନ୍ୟାରେ ପ୍ରାୟ ୯୩,୧୫୧ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି । ରାପ୍ତିରେ ଆସିଥିବା ବନ୍ୟା ଏଥର ତା’ର ପ୍ରାୟ ସବୁ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri