Posted inଜାତୀୟ

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ସମସ୍ତ ଅଧିକାରୀଙ୍କୁ କ୍ଷେତ୍ରକୁ ଯାଇ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହିତ, ମୁଖ୍ୟମନ୍ତ୍ରୀ NDRF ଏବଂ SDRF ଦଳଗୁଡ଼ିକୁ ହାଇଆଲର୍ଟରେ ରହିବାକୁ ଅଧିକାରୀଙ୍କୁ କହିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ସେ କହିଛନ୍ତି। ରିଲିଫ କାର୍ଯ୍ୟରେ କୌଣସି ଅବହେଳା ନ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।

ଯୋଗୀ ଆଦିତ୍ୟନାଥ କହିଛନ୍ତି, ଯେ କୌଣସି ବନ୍ୟା ପୀଡିତଙ୍କୁ କଷ୍ଟ ଭୋଗିବାକୁ ଦିଆଯିବ ନାହିଁ। ବାଲିଆରେ ବନ୍ୟା ପ୍ରଭାବିତ ଅଞ୍ଚଳର ଆକାଶ ମାର୍ଗରେ ସର୍ଭେ କରିବା ପରେ, ସେ ରିଲିଫ ସାମଗ୍ରୀ ବଣ୍ଟନ କରିଛନ୍ତି। ଏହି ଅବସରରେ ସେ କହିଥିଲେ, ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ଅନୁଧ୍ୟାନ କରିବା ପ୍ରଭାବିତ ଲୋକଙକୁ ଭେଟି ବିଭିନ୍ନ ସମସ୍ୟା ଉପରେ ପଚାରି ବୁଝିଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ବାଂସଡିହ, ବାଲିଆ ଏବଂ ବୈରିଆ ଅଞ୍ଚଳ ସର୍ଭେ କରିଥିଲେ।

ମୁଖ୍ୟମନ୍ତ୍ରୀ ଯୋଗୀ ପୁଣି କହିଛନ୍ତି, ସରକାର ଜନପ୍ରତିନିଧି ଏବଂ ପ୍ରଶାସନ ସହିତ ନିରନ୍ତର ଯୋଗାଯୋଗରେ ରହିଛି। କୌଣସି ବନ୍ୟା ପୀଡିତଙ୍କୁ ଯେପରି ଅସୁବିଧାର ସମ୍ମୁଖୀନ ନ ହେବାକୁ ପଡ଼େ ତାହା ନିଶ୍ଚିତ କରିବା ପାଇଁ ଭିଡିଓ କନଫରେନ୍ସ ମାଧ୍ୟମରେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେ ଉଲ୍ଲେଖ କରିଛନ୍ତି, ଗତ କିଛି ଦିନ ଧରି ପ୍ରବଳ ବର୍ଷା ଯୋଗୁ ରାଜ୍ୟର ୨୬ଟି ଜିଲାରେ ବିଭିନ୍ନ ପରିମାଣର ବନ୍ୟା ସୃଷ୍ଟି ହୋଇଛି। ୧୭୧,୦୦୦ରୁ ଅଧିକ ଲୋକ ଏବଂ ୨୫୧ ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ କାର୍ଯ୍ୟକୁ ଜୋରଦାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ୧ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ବନ୍ୟା ଆଶ୍ରୟସ୍ଥଳରେ ରଖାଯାଇଛି। ୪୪୭ ବନ୍ୟା ଆଉଟପୋଷ୍ଟ ପ୍ରତିଷ୍ଠା କରାଯାଇଛି। ପ୍ରତ୍ୟେକ ଜିଲାରେ ରିଲିଫ କେନ୍ଦ୍ର ସ୍ଥାପନ କରାଯାଇଛି, ଯେଉଁଠାରେ ଖାଦ୍ୟ ଏବଂ ରିଲିଫ କିଟ ବଣ୍ଟନ କରାଯାଉଛି।

ରିଲିଫ କିଟ ବିଷୟରେ ବିବରଣୀ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ୟେକ ପ୍ରଭାବିତ ପରିବାରକୁ ୧୦ କିଲୋଗ୍ରାମ ଅଟା, ୧୦ କିଲୋଗ୍ରାମ ଚାଉଳ, ୨ କିଲୋଗ୍ରାମ ଡାଲି, ୨ କିଲୋଗ୍ରାମ ଚଣା, ୨ କିଲୋଗ୍ରାମ ଭଜା ଚଣା, ୧ ଚିନି, ୧୦ ପ୍ୟାକେଟ ବିସ୍କୁଟ, ଦିଆସିଲି ବାକ୍ସ, ମହମବତୀ, ଗାଧୋଇବା ସାବୁନ, ଏବଂ ଏକ ତାରପୋଲିନ ସିଟ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?