Posted inଜାତୀୟ

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ୫ ଗାଡି ଧକ୍କା, ୩ ମୃତ

ନୂଆଦିଲ୍ଲୀ,୨୯ ।୧୨: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ସୋମବାର ଏକ ବଡ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣ ଗୁରୁତର ଆହତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । କୁହୁଡି ଯୋଗୁ ୫ଟି ଗାଡି ପରସ୍ପର ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ଏକ୍ସପ୍ରେସୱେର ପାଟ୍ରୋଲିଂ ଟିମ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହାପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଆହତଙ୍କୁ ଚିକିତ୍ସା ଲାଗି ତିର୍ବା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ସୋମବାର କୁହୁଡି ଯୋଗୁ ଜିରୋ ଭିଜିବଲିଟି ହୋଇଥିବାରୁ ଏହି ଦୁର୍ଘଟଣା ହୋଇଛି । ସୂଚନାଯୋଗ୍ୟ, ଉମରୈନ ଗାଁ ନିକଟରେ ଏକ ଟ୍ରକକୁ ସ୍ଲିପର ବସ ଧକ୍କା ଦେଇଥିଲା । ଏହାପଛରେ ଥିବା ଏକ ଅଲଟୋ କାର ବସକୁ ଧକ୍କା ଦେଇଥିଲା । ଏପଟେ ଟ୍ରକଟି ଯାଇ ଡିଭାଇଡରରେ ପିଟି ହୋଇଯାଇଥିଲା । ଏତିକିରେ ସରି ନ ଥିଲା, ଏହି ସମୟରେ ପଛରୁ ଆସୁଥିବା ଏକ ସ୍ଲିପର ବସ ଡିଭାଇଡରରେ ପିଡି ହୋଇ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା । ଏହିଭଳି ଭାବରେ ଗୋଟିଏ ପରେ ଗୋଟିଏ ଗାଡି ପରସ୍ପର ମଧ୍ୟରେ ଧକ୍କା ଦେବାରୁ ସେଠାରେ ଥିବା ଲୋକେ ଏଣେତେଣେ ଦୌଡିବାକୁ ଲାଗିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?