Posted inଜାତୀୟ

୧ ଲକ୍ଷ ଛାତ୍ରୀ-ଛାତ୍ରଙ୍କୁ ମାଗଣାରେ ମୋବାଇଲ-ଲ୍ୟାପଟପ ଦେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୫ ।୧୨: ଉତ୍ତର ପ୍ରଦେଶ ସରକାରଙ୍କ ଫ୍ରି ଲ୍ୟାପଟପ ଓ ସ୍ମାର୍ଟଫୋନ ସ୍କିମ ୨୦୨୧ର ଶୁଭାରମ୍ଭ ଶନିବାର କରାଯାଉଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଜୟନ୍ତି ଅବସରରେ ବିଭିନ୍ନ ପାଠ୍ୟକ୍ରମର ଶେଷ ବର୍ଷର ବିଦ୍ୟାର୍ଥୀଙ୍କୁ ସ୍ମାର୍ଟଫୋନ ଓ ଲ୍ୟାପଟପ ପ୍ରଦାନ କରିବେ । ପ୍ରଥମ ପର୍ଯ୍ୟାୟରେ ଭିନ୍ନ ଭିନ୍ନ ସହରର ଲକ୍ଷଲକ୍ଷ ବିଦ୍ୟାର୍ଥୀ ଏହାର ଲାଭ ଉଠାଇବେ । ଶନିବାର ଲକ୍ଷ୍ନୌରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଇକାନା ଷ୍ଟାଡିୟମରେ ସ୍କୁଲ ପାସ କରିଥିବା ଭିନ୍ନ ଭିନ୍ନ ପ୍ରଫେଶନର ବିଦ୍ୟାର୍ଥୀଙ୍କୁ ମାଗଣାରେ ସ୍ମାର୍ଟ ଫୋନ ଓ ଲ୍ୟାପଟପ ଦେବେ । କାର୍ଯ୍ୟକ୍ରମରେ ପ୍ରତି ଜିଲାରୁ ବହୁ ସଂଖ୍ୟାରେ ଛାତ୍ରୀ-ଛାତ୍ର ଯୋଗଦେବେ ବୋଲି କୁହାଯାଇଛି । ସରକାରଙ୍କର ଲକ୍ଷ୍ୟ ରହିଛି ୧ କୋଟିସ୍ମାର୍ଟ ଫୋନ ଓ ଲ୍ୟାପଟପ ବାଣ୍ଟିବେ । ପ୍ରଥମଭାଗରେ ୬୦ ହଜାର ସ୍ମାର୍ଟ ଫୋନ ଓ ୪୦ ହଜାର ଲ୍ୟାପଟପ ବାଣ୍ଟିବାର ଯୋଜନା ରହିଛି । ଏହି ସୁବିଧା, ଶେଷ ବର୍ଷ ଏମ୍‌ଏ, ବିଏ, ବିଏସ୍‌ସି, ଆଇଟିଆଇ, ଏମ୍‌ବିବିଏସ୍‌, ଏମ୍‌ଡି , ବିଟେକ୍‌, ଏମ୍‌ଟେକ ପିଏଚଡି, ଏମ୍‌ଏସ୍‌ଏମ୍‌ଇ ଓ କୁଶଳି ବିକାଶ ପାଠ୍ୟକ୍ରମର ବିଦ୍ୟାର୍ଥୀଙ୍କୁ ଏହି ସୁବିଧା ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri