Posted inଜାତୀୟ

ପ୍ରତିଟି ଚାଷ ଜମିର ୟୁନିକ ଆଇଡି କରି ଆଧାର ସହ ଯୋଡିବେ ୟୁପି ସରକାର!

ଲକ୍ଷ୍ନୌ,୯ ।୯: ମୁଖ୍ୟ ସଚିବ ଦୁର୍ଗାଶଙ୍କର ମିଶ୍ର କହିଛନ୍ତି ଆଧାର କାର୍ଡ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ଭଲଭାବେ ପହଞ୍ଚାଇବାର ଏକ ମାଧ୍ୟମ ପାଲଟିଗଲାଣି । ଆଧାର ମାଧ୍ୟମରେ ଯୋଜନାର ଲାଭ ଲାଭାର୍ଥିଙ୍କ ପର୍ଯ୍ୟନ୍ତ ସହଜରେ ପହଞ୍ଚି ପାରୁଛି । ଏହାଦ୍ୱାରା ଭ୍ରଷ୍ଟାଚାରକୁ ଅନେକାଂଶରେ ରୋକା ଯାଇ ପାରିଛି । ଯାହା ଦ୍ୱାରା ରାଜ୍ୟ ସରକାରଙ୍କର ପ୍ରାୟ ୮୪୦୦ କୋଟି ଟଙ୍କା ସଞ୍ଚୟ ହୋଇପାରିଛି । ମୁଖ୍ୟ ସଚିବ କହିଛନ୍ତି ଏବେ ପ୍ରତିଟି କ୍ଷେତର ଏକ ୟୁନିକ ଆଇଡି କରି ଆଧାର ସହ ଯୋଡି ଦିଆଯିବ ।
ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣର ଆଞ୍ଚଳିକ କାର୍ଯ୍ୟାଳୟ ଲକ୍ଷ୍ନୌ ପକ୍ଷରୁ ଗୁରୁବାର ରାଜଧାନୀର ଏକ ହୋଟେଲରେ ଆଧାରର ବ୍ୟବହାରକୁ ସରଳ କରିବାକୁ ଆୟୋଜିତ ହୋଇଥିବା ଏକଦିବସିୟ କର୍ମଶାଳାର ଆୟୋଜନ କରାଯାଇଥିଲା । ମୁଖ୍ୟ ସଚିବ ସେଠାରେ ଏହି ସୂଚନା ଦେଇଥିଲେ । ଏହାସହ ରାଜ୍ୟରେ ଏବେ ପର୍ଯ୍ୟନ୍ତ ୭ ପ୍ରତିଶତ ବୟସ୍କଙ୍କ ଆଧାର କାର୍ଡ ହୋଇ ସାରିଥିବା ବେଳେ ୫ ବର୍ଷରୁ କମ ୟସର ଶିଶୁ ତଥା ୫-୧୮ ବର୍ଷର ଅଧିକାଂଶ ପିଲାମାନଙ୍କ ଏପର୍ଯ୍ୟନ୍ତ ଆଧାର କାର୍ଡ ହୋଇ ନ ଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri