Posted inଜାତୀୟ

ଲକ୍ଷ୍ନୌ ହଜରତଗଞ୍ଜରେ ଦୁର୍ଘଟଣା, କାନ୍ଥ ଭୁଷୁଡି ୨ ଶିଶୁ ସମେତ ୯ ମୃତ

ଲକ୍ଷ୍ନୌ,୧୬ ।୯: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଥିବା ହଜରତଗଞ୍ଜ ଅଞ୍ଚଳରେ ଏକ କାନ୍ଥ ଭୁଷୁଡି ପଡିବା ଫଳରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କୁହାଯାଉଛି କି ଏହା ଏକ ଘରର କାନ୍ଥ ଥିଲା । ଏହି ଘଟଣାରେ ଦୁଇଟି ଶିଶୁଙ୍କର ବି ମୃତ୍ୟୁ ହୋଇଛି । ଘଟଣାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ବି ଘୋଷଣା କରିଛନ୍ତି ।
କୁହାଯାଉଛି କି ପ୍ରବଳ ବର୍ଷା ଯୋଗୁ ଏହି ଦୁର୍ଘଟଣା ଘଟିଛି । ଗୁରୁବାରଠାରୁ ଲକ୍ଷ୍ନୌରେ ଲଗାଣ ବର୍ଷା ଜାରି ରହିଛି । ଭୁଷୁଡି ପଡିଥିବା କାନ୍ଥକୁ ଉଠାଇବା କାମ ତୁରନ୍ତ ଆରମ୍ଭ କରାଯାଇଛି । ନିଜେ ମୁଖ୍ୟମନ୍ତ୍ରୀ ଜିଲାପାଳ, ପୋଲିସ ଓ ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳ ପରିଦର୍ଶନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ଲାଗି ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜୁଛି । ଉକ୍ତ ଘରଟି ପ୍ରାୟ ୧୦୦ ବର୍ଷ ପୁରୁଣା ବୋଲି କୁହାଯାଉଛି । ତେଣୁ ଏହା ବିପଦ ସଙ୍କୁଳ ଅବସ୍ଥାରେ ରହିଥିଲା । କାନ୍ଥ ତଳେ ୧୦ ଜଣ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri