Posted inଜାତୀୟ

ପୁଅ-ବୋହୂଙ୍କୁ ହତ୍ୟା କରି ଆସି ଶୋଇପଡିଲେ ବୃଦ୍ଧ

ଲକ୍ଷ୍ନୌ,୨୦।୫: ଉତ୍ତରପ୍ରଦେଶର କାନପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୭୪ ବର୍ଷୀୟ ବୃଦ୍ଧ ଶୋଇଥିବା ଅବସ୍ଥାରେ ପୁଅ-ବୋହୂଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି।
ପୋଲିସ ସୂଚନା ମୁତାବକ, ୟୁପି କାନପୁରରେ ଦୀପ କୁମାର ତିୱାରୀ ନିଜ ପୁଅ(୨୭) ଓ ୨୫ ଏବଂ ବୋହୂ(୨୫) ସହ ରୁହନ୍ତି। ବର୍ଷେ ପୂର୍ବେ ପୁଅର ବାହାଘର ବହୁ ଧୂମ୍‌ଧାମରେ କରିଥିଲେ। ବିବାହ ପରେ ସମ୍ପତ୍ତି ଓ ଅନ୍ୟ କାରଣରୁ ବିବାଦ ଲାଗି ରହିଥିଲା। ଏଥିରେ ଅତିଷ୍ଠ ହୋଇ ଦୀପ ଆଇପିଏଲ ମ୍ୟାଚ ଦେଖି ଶୋଇଥିବା ପୁଅବୋହୂଙ୍କ ଗଳାକୁ ଛୁରି ଭୁସି ହତ୍ୟା କରିଥିଲେ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ସେ ଛୁରୀରେ ଲାଗିଥିବା ରକ୍ତ ଛିଟାକୁ ଧୋଇ ଦେଇ ନିଜ୍‌ ରୁମ୍‌ରେ ଯାଇ ଶୋଇ ପଡିଥିଲେ। ସ୍ଥାନୀୟ ଲୋକ ଏହି ଘଟଣାକୁ ନେଇ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୀପଙ୍କୁ ପଚରାଉଚରା କରିଥିଲା। ପ୍ରଥମେ ସେ ଏହି ଘଟଣାକୁ ଅସ୍ବୀକାର କରିଥିଲେ। କିନ୍ତୁ ପରେ ସବୁକିଛି ମାନି ନେଇଥିଲେ। ପୋଲିସ ତାଙ୍କୁ ଗିରଫ କରିଛି। ପୁଅ-ବୋହୂଙ୍କୁ ହତ୍ୟା କରିଦେବା ପରେ ମଧ୍ୟ ବୃଦ୍ଧଙ୍କ ମନରେ ଆଦୌ ପଶ୍ଚାତାପ ମଧ୍ୟ ନାହିଁ। ସେ ଏହି ଘଟଣାକୁ ନେଇ ଆଦୌ ଦୁଃଖିତ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri