Posted inଜାତୀୟ

ୟୁପି ମଦ୍ରାସା ଆଇନ ବୈଧ

ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟ ପୂର୍ବ ରାୟରେ ଉକ୍ତ ଆଇନକୁ ଅସାମ୍ବିଧାନିକ ଦର୍ଶାଇଥିବାବେଳେ ସର୍ବୋଚ୍ଚ ଅଦାଲତ ତାହାକୁ ଖାରଜ କରିଦେଇଛନ୍ତି। ଧର୍ମନିରପେକ୍ଷତା ଆଧାରରେ ଏକ ଆଇନକୁ ରଦ୍ଦ କରାଯାଇପାରିବ ନାହିଁ ବୋଲି ଅଦାଲତ କହିଛନ୍ତି। ଫଳରେ ରାଜ୍ୟର ମଦ୍ରାସାଗୁଡ଼ିକୁ ବଡ଼ ଆଶ୍ୱସ୍ତି ମିଳିଛି।
ଆଲ୍ଲାହାବାଦ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିବାରୁ ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଦ୍ୱାରା ସ୍ବୀକୃତିପ୍ରାପ୍ତ ୧୬,୦୦୦ରୁ ଊର୍ଦ୍ଧ୍ୱ ମଦ୍ରାସାରେ ପଢ଼ୁଥିବା ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଉପକୃତ ହେବେ। ଗତ ମାର୍ଚ୍ଚରେ ହାଇକୋର୍ଟ ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନକୁ ରଦ୍ଦ କରିଦେଇଥିଲେ। ଉକ୍ତ ଆଇନ ଧର୍ମନିରପେକ୍ଷତା ସିଦ୍ଧାନ୍ତର ଉଲ୍ଲଂଘନ କରୁଥିବା ହାଇକୋର୍ଟ ଦର୍ଶାଇଥିଲେ। ଏଭଳି ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦେବା ସହ ସେଠାରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ଆନୁଷ୍ଠାନିକ ଶିକ୍ଷା ବ୍ୟବସ୍ଥାରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଧାନିକ କ୍ଷମତା ବାହାରେ ହୋଇଥିଲେ କିମ୍ବା ମୌଳିକ ଅଧିକାରର ଉଲ୍ଲଂଘନ କରୁଥିଲେ ବା ଅନ୍ୟ କୌଣସି ସାମ୍ବିଧାନିକ ବ୍ୟବସ୍ଥା କାରଣରୁ ଗୋଟିଏ ଆଇନକୁ ଆଇନଗତ ପରିସର ବାହାରେ ବୋଲି ଘୋଷଣା କରାଯାଇପାରିବ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଏହା ଦର୍ଶାଇବା ସହ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ହାଇକୋର୍ଟଙ୍କ ରାୟକୁ ଖାରଜ କରିଦେଇଛନ୍ତି। ମଦ୍ରାସା ଆଇନ (ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪) ରାଜ୍ୟ ବିଧାନସଭାର ବୈଧାନିକ କ୍ଷମତା ପରିସରଭୁକ୍ତ ଏବଂ ସମ୍ବିଧାନର ତାଲିକା ୩ର ଏଣ୍ଟ୍ରି ୨୫ରେ ରଖାଯାଇଥିବା ଖଣ୍ଡପୀଠ କହିଛନ୍ତି।
ତେବେ ଉଚ୍ଚଶିକ୍ଷାକୁ ନିୟନ୍ତ୍ରଣ କରୁଥିବା ଉକ୍ତ ଆଇନରେ ରହିଥିବା ‘ଫଜିଲ’ ଏବଂ ‘କାମିଲ୍‌’ ଡିଗ୍ରୀ (ମଦ୍ରାସାରେ ଦିଆଯାଉଥିବା ସ୍ନାତକ ଏବଂ ସ୍ନାତକୋତ୍ତର ସ୍ତରୀୟ ଡିଗ୍ରୀ) ରାଜ୍ୟ ବିଧାନସଭାର ବୈଧାନିକ କ୍ଷମତା ବାହାରେ। କାରଣ ଏହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଆଇନରେ ଥିବା ବ୍ୟବସ୍ଥାର ବିରୋଧ କରୁଥିବାରୁ ଅସାମ୍ବିଧାନିକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ୟୁଜିସି ଆଇନ ଉଚ୍ଚଶିକ୍ଷାର ମାନକୁ ନିୟନ୍ତ୍ରଣ କରୁଥିବାବେଳେ ରାଜ୍ୟ ବ୍ୟବସ୍ଥାପିକା ଏହାକୁ ନିୟନ୍ତ୍ରଣ କରିପାରିବ ନାହିଁ। ଏହା ୟୁଜିସି ଆଇନରେ ଥିବା ବ୍ୟବସ୍ଥାର ଉଲ୍ଲଂଘନ। ଗୋଟିଏ ଆଇନରେ ରହିଥିବା କୌଣସି ବ୍ୟବସ୍ଥା ସାମ୍ବିଧାନିକ ମଷ୍ଟର ମଧ୍ୟରେ ଆସୁ ନ ଥିଲେ, ସମ୍ପୂର୍ଣ୍ଣ ଆଇନକୁ ରଦ୍ଦ କରାଯାଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?