ମଧ୍ୟପ୍ରଦେଶ ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ: ଗୋଟିଏ ଦିନରେ ୨୭ଲକ୍ଷ ଟିକାକରଣ

ଲକ୍ଷ୍ନୌ,୪।୮: ଉତ୍ତରପ୍ରଦେଶର ଯୋଗୀ ସରକାର ଟିକାକରଣକୁ ନେଇ ଏକ ଇତିହାସ ରଚିଛନ୍ତି। ରାଜ୍ୟରେ ଅଗଷ୍ଟ ୩ରେ ଗୋଟିଏ ଦିନରେ ୨୭ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଯାହା ନିଜ ଭିତରେ ଏକ ରେକର୍ଡ ସୃଷ୍ଟି କରିଛି। ଏହାପୂର୍ବରୁ ମଧ୍ୟପ୍ରଦେଶ ଗୋଟିଏ ଦିନରେ ସର୍ବାଧିକ ଟିକାକରଣ କରାଇ ରେକର୍ଡ ସୃଷ୍ଟି କରିଥିଲା। ଗୋଟିଏ ଦିନରେ ମଧ୍ୟପ୍ରଦେଶରେ ୧୬ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଥିଲା। ତେବେ ଉତ୍ତରପ୍ରଦେଶ ସରକାର ଏହି ରେକର୍ଡକୁ ପଛରେ ପକାଇ ମଙ୍ଗଳବାର ଗୋଟିଏ ଦିନରେ ୨୭ଲକ୍ଷ ୩୪ହଜାର ୯୨୬ଲୋକଙ୍କୁ ଟିକା ଦେଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଭାକ୍ସିନ ଡ୍ରାଇଭ୍‌ରେ ୨୦ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। କିନ୍ତୁ ରାତି ମଧ୍ୟରେ ୨୭ଲକ୍ଷ ୩୪ହଜାରରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଥିଲା। ସମଗ୍ର ଦେଶରେ ଟିକାକରଣ କ୍ଷେତ୍ରରେ ଉତ୍ତରପ୍ରଦେଶ ଶୀର୍ଷରେ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫କୋଟି ୧୪ଲକ୍ଷ ୮୯ହଜାର ୩୦୯ଲୋକଙ୍କୁ ଟିକାକରଣ କରାଯାଇଛି। ତେବେ ଟିକାକରଣ କ୍ଷେତ୍ରରେ ଏପର୍ଯ୍ୟନ୍ତ କୌଣସି ରାଜ୍ୟ ଏଠାକୁ ପହଞ୍ଚିପାରିନାହିଁ। ସେଥିମଧ୍ୟରୁ ୮୦ଲକ୍ଷ ୧୪ହଜାରରୁ ଅଧିକ ଲୋକଙ୍କୁ ଦ୍ୱିତୀୟ ଡୋଜ ଦିଆଯାଇଥିବା ବେଳେ ୪କୋଟିରୁ ଅଧିକ ଲୋକଙ୍କୁ ଟିକାର ପ୍ରଥମ ଡୋଜ୍‌ ଦିଆଯାଇଛି। କରୋନାର ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ରାଜ୍ୟରେ ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରାଇବା ଉପରେ ଫୋକସ୍‌ କରିଛନ୍ତି ସରକାର। ତେଣୁ ଉତ୍ତରପ୍ରଦେଶରେ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ କାର୍ଯ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?