Posted inଜାତୀୟ

ମୃତ ଘୋଷିତ ହେବାର ଦିନକ ପରେ ଜୀବନ୍ତ ହୋଇଉଠିଲେ

ନୂଆଦିଲ୍ଲୀ,୨୧।୧୧: ଜଣେ ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିବା ପରେ ମୃତଦେହକୁ ହସ୍ପିଟାଲର ଶବଗୃହ ଫ୍ରିଜରରେ ରଖାଯାଇଥିଲା। କିନ୍ତୁ ଫ୍ରିଜରରେ ଗୋଟିଏ ରାତି ରହିବା ପରେ ସେ ଜୀବନ୍ତ ହୋଇଉଠିଥିଲେ। ଏପରି ଚକିତ କଲା ଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ମୋରାଦାବାଦରେ।

ମୋରାଦାବାଦ୍‌ରେ ୪୫ ବର୍ଷୀୟ ଶ୍ରୀକେଶ କୁମାର ଗତ ଶୁକ୍ରବାର ସଡ଼କ ଦୁର୍ଘଟଣାରେ ସମ୍ମୁଖୀନ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅଧିକ ଚିକିତ୍ସା ଲାଗି ବେସରକାରୀ ହସ୍ପିଟାଲକୁ ପଠାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ବ୍ୟବଚ୍ଛେଦ ପାଇଁ ସରକାରୀ ହସ୍ପିଟାଲକୁ ପଠାଇ ଦିଆଯାଇଥିଲା।

ଏମରଜେନ୍ସି ମେଡିକାଲ ଅଫିସର ଶ୍ରୀକେଶଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଥିଲେ। କିନ୍ତୁ ଜୀବିତ ଥିବାର କୌଣସି ଲକ୍ଷଣ ଦେଖିବାକୁ ନ ମିଳବାରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ୬ ଘଣ୍ଟା ପରେ ପରିବାର ଲୋକଙ୍କ ସହ ହସ୍ପିଟାଲରେ ପହଞ୍ଚିଥିଲା ପୋଲିସ। ବ୍ୟବଚ୍ଛେଦ ପାଇଁ ନିଆଗଲା ବେଳେ ସେ ଜୀବିତ ଥିବା ଜଣାପଡ଼ିଥିଲା। ଏହା ଚମତ୍କାର ଠାରୁ କମ୍‌ ନୁହେଁ ବୋଲି ହସ୍ପିଟାଲର ମେଡିକାଲ ସୁପ୍ରିଟେନଡେଣ୍ଟ ରାଜେନ୍ଦ୍ର କୁମାର କହିଛନ୍ତି।

ଶ୍ରୀକେଶ ଜୀବିତ ଥିବା ଜଣାପଡ଼ିବା ପରେ ତାଙ୍କର ଅଧିକ ଚିକିତ୍ସା ଚାଲିଛି। କିନ୍ତୁ ସେ ଏବେ କୋମାରେ ଅଛନ୍ତି। ତେବେ ଜୀବିତ ଥିବା ଲୋକଙ୍କୁ କେଉଁ ଭଳି ଡାକ୍ତର ମୃତ ଘୋଷଣା କଲେ, ତାହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri