Posted inଜାତୀୟ

ସନ୍ଦେହର ପରିଣାମ: ପତ୍ନୀ, ଦୁଇ ଝିଅଙ୍କୁ ହାତୁଡ଼ିରେ ଛେଚି ଛେଚି ହତ୍ୟା

ବୁଲନ୍ଦଶାହର,୩।୩ : ସନ୍ଦେହର ପରିଣାମ କେତେ ଯେ, ଭୟଙ୍କର ତାହାର ଆକଳନ କରିବା କଷ୍ଟକର। ଉତ୍ତର ପ୍ରଦେଶର ବୁଲନ୍ଦଶାହରରେ ଏକ ଘଟଣା ସାମ୍ନାକୁ ଆସିଛି। ଅନ୍ୟ ପୁରୁଷଙ୍କ ସହ ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ପତ୍ନୀ ଓ ଦୁଇ ଝିଅଙ୍କୁ ହାତୁଡ଼ିରେ ଛେଚି ଛେଚି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ସ୍ବାମୀ। ତେବେ ଏହି ଘଟଣାରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ତୃତୀୟ ଝିଅ। ମିରଟ ଜିଲାର ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଥିବା ବୁଧବାର ସ୍ପଷ୍ଟ କରିଛି ପୋଲିସ।

ଏହି ଘଟଣା ଆମ୍ବେଡକର ନଗର କଲୋନିରେ ଘଟିଛି। ସ୍ତ୍ରୀଙ୍କ ବୟସ ୫୦ କୁହାଯାଉଥିବାବେଳେ ଦୁଇ ମୃତ ଝିଅଙ୍କ ବୟସ ଯଥାକ୍ରମେ ୨୦ ଓ ୧୫। ଚିକିତ୍ସା ଚାଲିଥିବା ଝିଅର ବୟସ ୧୮ ବୋଲି ପୋଲିସ ଅଧିକାରୀ ସନ୍ତୋଷ କୁମାର ସିଂ କହିଛନ୍ତି। ବାହାରେ ପତ୍ନୀ ସହ ରହୁଥିବା ମୃତ ମହିଳାଙ୍କ ୨୨ ବର୍ଷୀୟ ପୁଅ ଏ ଘଟଣା ସମ୍ପର୍କରେ ପୋଲିସରେ ଅଭିଯୋଗ କରିଥିଲେ। “ମା ଓ ଭଉଣୀଙ୍କ ବାହାରେ ଲୋକଙ୍କ ସହ ଅନୈତିକ ସମ୍ପର୍କ ଥିବା ସନ୍ଦେହ କରୁଥିଲେ ବାପା। ଏ ନେଇ ମଙ୍ଗଳବାର ରାତିରେ ଝଗଡ଼ା ହୋଇଥିଲା। ମା’ ଓ ଭଉଣୀମାନେ ଶୋଇ ପଡ଼ିବା ପରେ ବାପା ହାତୁଡିରେ ଛେଚି ଛେଚି ସମସ୍ତଙ୍କୁ ହତ୍ୟା କରିଛନ୍ତି ” ବୋଲି ଏସ୍‌ଏସ୍‌ପି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri