Posted inଜାତୀୟ

ନବ ବିବାହିତ ଯୋଡିଙ୍କୁ ରୋଜଗାର ଦେବେ ସରକାର

ଲକ୍ଷ୍ନୌ,୧୫ ।୧୨: ଉତ୍ତର ପ୍ରଦେଶର ପରିବହନ ରାଜ୍ୟମନ୍ତ୍ରୀ ଦୟାଶଙ୍କର ସିଂ କହିଛନ୍ତି ରାଜ୍ୟ ସରକାର ନବ ବିବାହିତ ଯୋଡିଙ୍କୁ ସେମାନଙ୍କ ଯୋଗ୍ୟତା ଅନୁସାରେ ଚାକିରି ଓ ରୋଜଗାର ଯୋଗାଇ ଦେବେ । ପରିବହନ ମନ୍ତ୍ରୀ ଦୟାଶଙ୍କର ସିଂ ବୁଧବାର ବଲିୟା ଜିଲାର ବାଂସଡିହ ପିଜି କଲେଜରେ ସମାଜ କଲ୍ୟାଣ ବିଭାଗ ଦ୍ୱାରା ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଅନ୍ତର୍ଗତ ଆୟୋଜିତ ସମାରୋହରେ ଲୋକଙ୍କୁ ସମ୍ବୋଧନ ଦେବା ଅବସରରେ ଏହା କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିବା ଦୟାଶଙ୍କର ସିଂ କହିଛନ୍ତି, ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଅଧିନରେ ଗରିବ ପରିବାରର ଯୁବକ ଯୁବତିଙ୍କ ବିବାହ କରୁଛନ୍ତି । ସାମୁହିକ ବିବାହ ପରେ ସରକାର ଏହି ନବ ବିବାହିତ ଯୋଡିଙ୍କୁ ସେମାନଙ୍କ ଯୋଜନା ଅନୁସାରେ ଚାକିରି ଅବା ରୋଜଗାର ଦେଉଛନ୍ତି । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ସାଧାରଣ ଜନତାଙ୍କୁ ବିକାଶର ପଥରେ ଆଗକୁ ବଢାଇବା ସହ ସେମାନଙ୍କୁ ବିଭିନ୍ନ ଯୋଜନା ମାଧ୍ୟମରେ ଲାଭାନ୍ୱିତ କରାଯାଉଛି ।
ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶ ସରକାର ରାଜ୍ୟରେ ଗରିବ ସୀମାରେଖା ତଳେ ରହୁଥିବା ପରିବାର ବିପିଏଲ କାର୍ଡଧାରୀ ପରିବାରରେ ଥିବା ଝିଅ, ବିଧବା ମହିଳା, ବିବାହ ବିଚ୍ଛେଦ ହୋଇଥିବା ମହିଳାଙ୍କ ବିବାହରେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଆରମ୍ଭ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?