Posted inଜାତୀୟ

ବିଧାନ ପରିଷଦ ନିର୍ବାଚନ: ଗୋରଖପୁରରେ ମତଦାନ କଲେ ଯୋଗୀ

ଲକ୍ଷ୍ନୌ,୯।୪: ବିହାର ପରେ ଏବେ ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ରାଜ୍ୟର ୩୭ଏମ୍‌ଏଲ୍‌ସି ଆସନରୁ ୯ଟି ଆସନରେ ଭାଜପା ନିର୍ଦ୍ୱନ୍ଦରେ ନିର୍ବାଚନ ଜିତିସାରିଛି। ତେଣୁ ଅବଶିଷ୍ଟ ୨୭ଟି ଆସନରେ ଭାଜପା ଓ ସମାଜବାଦୀ ପାର୍ଟି(ଏସ୍‌ପି) ମଧ୍ୟରେ ଜୋରଦାର ଲଢ଼େଇ ହେଉଛି। ଏହି ଆସନରେ ଶନିବାର ସକାଳ ୮ଟାରୁ ୟୁପିରେ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୪ଟାରେ ଶେଷ ହେବ। ସକାଳୁ ଲମ୍ବା ଲାଇନ୍‌ରେ ଆସି ଭୋଟରମାନେ ମତଦାନ କରିଛନ୍ତି। ଇତିମଧ୍ୟରେ ସକାଳୁ ଗୋରଖପୁର ମତଦାନ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ,ବିଧାନସଭା ପରେ ବିଧାନ ପରିଷଦରେ ମଧ୍ୟ ବହୁମତ ହାସିଲ କରିବାକୁ ଭାଜପା ପକ୍ଷରୁ ଉଦ୍ୟମ କରାଯାଇଛି। ଅନ୍ୟପଟେ ଏସ୍‌ପି ମଧ୍ୟ ନଜର ପ୍ରାଣପଣେ ଚେଷ୍ଟା ଚଳାଇଛି। ତେବେ ଏପ୍ରିଲ ୧୨ରେ ଭୋଟ ଗଣତି ପରେ ସମସ୍ତ ଚିତ୍ର ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri