Posted inଜାତୀୟ

ୟୁପି ପୌର ନିର୍ବାଚନ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଯୋଗୀଙ୍କ ଚ୍ୟାଲେଞ୍ଜ

ଲକ୍ଷ୍ନୌ,୨୮ା୧୨: ଉତ୍ତରପ୍ରଦେଶ ପୌର ନିର୍ବାଚନ ଲାଗି ସରକାରଙ୍କ ଚିଠା ବିଜ୍ଞପ୍ତିକୁ ମଙ୍ଗଳବାର ଆଲ୍ଲାହାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ଖାରଜ କରିଦେଇଛନ୍ତି। ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ନ ରଖି ନିର୍ବାଚନ କରାଇବାକୁ ଜଷ୍ଟିସ ଡି.କେ. ଉପାଧ୍ୟାୟ ଏବଂ ସୌରଭ ଲାଭାନିଆଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ୟୁପି ପୌର ନିର୍ବାଚନରେ ଓବିସିଙ୍କୁ ସଂରକ୍ଷଣ ସୁବିଧା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ସେଥିପାଇଁ ସୁପ୍ରିମକୋର୍ଟଙ୍କ ଗାଇଡ୍‌ଲାଇନ ଅନୁଯାୟୀ ସର୍ଭେ କରାଯିବ। ସର୍ଭେ ଶେଷ ନ ହେବା ଯାଏ ଏବଂ ଓବିସିଙ୍କ ପାଇଁ ବିନା ସଂରକ୍ଷଣରେ ନିର୍ବାଚନ ହେବ ନାହିଁ। ଆବଶ୍ୟକ ହେଲେ ସରକାର ଆଲ୍ଲାହାବାଦ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି ଯୋଗୀ କହିଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ପୌର ନିର୍ବାଚନ ଲାଗି ସରକାର ଗତ ୫ ତାରିଖରେ ଚିଠା ବିଜ୍ଞପ୍ତି ଜାରି କରିଥିଲେ, ଯେଉଁଥିରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଛି। ଆଲିଗଡ଼, ମଥୁରା-ବୃନ୍ଦାବନ, ମିରଟ ଏବଂ ପ୍ରୟାଗରାଜ ପୌର ନିଗମ ମେୟର ଆସନ ଓବିସିଙ୍କ ପାଇଁ ସଂରକ୍ଷଣ ରଖାଯାଇଥିଲା। ସେହିପରି ୨୦୦ ପୌର ପରିଷଦ ଅଧ୍ୟକ୍ଷ ଆସନ ଏବଂ ୧୪୭ ନଗର ପଞ୍ଚାୟତ ଆସନ ଓବିସିଙ୍କ ପାଇଁ ରଖାଯାଇଥିବା ଅସ୍ଥାୟୀ ତାଲିକା ପ୍ରକାଶ ପାଇଥିଲା। ସମାଜବାଦୀ ପାର୍ଟି ଓ ଅନ୍ୟମାନେ ଏହାକୁ ବିରୋଧୀ କରି ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri