Posted inଜାତୀୟ

ୟୁପି ପୌର ନିର୍ବାଚନ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଯୋଗୀଙ୍କ ଚ୍ୟାଲେଞ୍ଜ

ଲକ୍ଷ୍ନୌ,୨୮ା୧୨: ଉତ୍ତରପ୍ରଦେଶ ପୌର ନିର୍ବାଚନ ଲାଗି ସରକାରଙ୍କ ଚିଠା ବିଜ୍ଞପ୍ତିକୁ ମଙ୍ଗଳବାର ଆଲ୍ଲାହାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ଖାରଜ କରିଦେଇଛନ୍ତି। ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ନ ରଖି ନିର୍ବାଚନ କରାଇବାକୁ ଜଷ୍ଟିସ ଡି.କେ. ଉପାଧ୍ୟାୟ ଏବଂ ସୌରଭ ଲାଭାନିଆଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ୟୁପି ପୌର ନିର୍ବାଚନରେ ଓବିସିଙ୍କୁ ସଂରକ୍ଷଣ ସୁବିଧା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ସେଥିପାଇଁ ସୁପ୍ରିମକୋର୍ଟଙ୍କ ଗାଇଡ୍‌ଲାଇନ ଅନୁଯାୟୀ ସର୍ଭେ କରାଯିବ। ସର୍ଭେ ଶେଷ ନ ହେବା ଯାଏ ଏବଂ ଓବିସିଙ୍କ ପାଇଁ ବିନା ସଂରକ୍ଷଣରେ ନିର୍ବାଚନ ହେବ ନାହିଁ। ଆବଶ୍ୟକ ହେଲେ ସରକାର ଆଲ୍ଲାହାବାଦ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି ଯୋଗୀ କହିଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ପୌର ନିର୍ବାଚନ ଲାଗି ସରକାର ଗତ ୫ ତାରିଖରେ ଚିଠା ବିଜ୍ଞପ୍ତି ଜାରି କରିଥିଲେ, ଯେଉଁଥିରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଛି। ଆଲିଗଡ଼, ମଥୁରା-ବୃନ୍ଦାବନ, ମିରଟ ଏବଂ ପ୍ରୟାଗରାଜ ପୌର ନିଗମ ମେୟର ଆସନ ଓବିସିଙ୍କ ପାଇଁ ସଂରକ୍ଷଣ ରଖାଯାଇଥିଲା। ସେହିପରି ୨୦୦ ପୌର ପରିଷଦ ଅଧ୍ୟକ୍ଷ ଆସନ ଏବଂ ୧୪୭ ନଗର ପଞ୍ଚାୟତ ଆସନ ଓବିସିଙ୍କ ପାଇଁ ରଖାଯାଇଥିବା ଅସ୍ଥାୟୀ ତାଲିକା ପ୍ରକାଶ ପାଇଥିଲା। ସମାଜବାଦୀ ପାର୍ଟି ଓ ଅନ୍ୟମାନେ ଏହାକୁ ବିରୋଧୀ କରି ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri