Posted inଜାତୀୟ

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ଲକ୍ଷ୍ନୌ,୪।୧: ୟୁପିର ପୌର ନିର୍ବାଚନରେ ଓବିସି ସଂରକ୍ଷଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ନିର୍ବାଚନକୁ ନେଇ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି। ଜାନୁଆରୀ ୩୧ ପୂର୍ବରୁ ପୌର ନିର୍ବାଚନ କରାଯିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ନିଷ୍ପତ୍ତି ଉପରେ ପ୍ରତିବନ୍ଧକ ଜାରି ରହିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।
ଆଜି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ଓ ଜଷ୍ଟିସ ପିଏସ ନରସିମାଙ୍କୁ ନେଇ ଗଠିତ ଖଣ୍ଡପୀଠ ଓବିସି ସଂରକ୍ଷଣ ସହ ନିର୍ବାଚନ କରିବାକୁ ଅନୁମତି ଦେଇଛନ୍ତି। ଉତ୍ତରପ୍ରଦେଶ ସରକାରଙ୍କ ନିକଟରେ ହାଜର ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟଙ୍କୁ ସୂଚନା ଦେଇଛନ୍ତି, ଓବିସି ବର୍ଗଙ୍କ ପଛୁଆ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାର ଏକ ଆୟୋଗ ଗଠନ କରିଛନ୍ତି। ଏହି ଆୟୋଗର କାର୍ଯ୍ୟକାଳ ୬ ମାସ ଅଟେ। ମାର୍ଚ୍ଚ ୩୧ ସୁଦ୍ଧା ଆୟୋଗ ଏହାର ରିପୋର୍ଟ ଦାଖଲ କରିବାକୁ ପ୍ରୟାସ କରାଯିବ।
ପ୍ରାୟ ୧୦ ମିନିଟର ସଂକ୍ଷିପ୍ତ ଶୁଣାଣି ପରେ ସୁପ୍ରିମକୋର୍ଟ ଜାନୁଆରୀରେ ନିର୍ବାଚନ କରିବାକୁ ନିର୍ଦ୍ଦେଶ ସ୍ଥଗିତ ରଖିଥିଲେ। କୋର୍ଟ କହିଛନ୍ତି ଯେ, ନିର୍ବାଚନ ନ ହେବା ପର୍ଯ୍ୟନ୍ତ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନେତୃତ୍ୱରେ ପ୍ରଶାସନିକ କମିଟି ସ୍ଥାନୀୟ ସଂସ୍ଥାର ଆବଶ୍ୟକ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ଏକ ଆଦେଶ ଜାରି କରିପାରିବେ। ଏହା ପରେ ୟୁପି ସରକାରଙ୍କ ଆବେଦନ ଉପରେ କୋର୍ଟ ସମସ୍ତ ପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ୩ ସପ୍ତାହ ପରେ ହେବ।
ସୂଚନାଯୋଗ୍ୟ, ୟୁପି ସରକାରଙ୍କୁ ଅନ୍ୟ ପଛୁଆ ବର୍ଗ (ଓବିସି) ପାଇଁ ସଂରକ୍ଷଣ ନ କରି ନିର୍ବାଚନ କରିବାକୁ ଆହ୍ଲାବାଦ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ୩୧ ଜାନୁଆରୀ ପର୍ଯ୍ୟନ୍ତ ସମୟସୀମା ଦିଆଯାଇଥିଲା। ଏହା ପରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଏହି ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri