Posted inଜାତୀୟ

ପରାଜୟ ହଜମ କରିପାରିଲେ ନାହିଁ ପୂର୍ବତନ ସରପଞ୍ଚ : ଗାଁ ରୋଡ୍‌ ଖୋଳିଦେଲେ

କାନପୁର, ୯ା୫ : ଉତ୍ତର ପ୍ରଦେଶ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସମ୍ନାକୁ ଆସିଛି ଏକ କୌତୁହଳପୂର୍ଣ୍ଣ ଘଟଣା। ଜଣେ ପୂର୍ବତନ ସରପଞ୍ଚ ନିର୍ବାଚନରେ ପରାଜିତ ହେବାରୁ ନିଜ ସମୟରେ ନିର୍ମିତ ରାସ୍ତାକୁ ଜେସିବି ଲଗାଇ ପୂରା ନଷ୍ଟ କରି ଦେଇଛନ୍ତି। ଏ ସମ୍ପର୍କରେ ଗ୍ରାମବାସୀ ତହସିଲ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିବା ପରେ ଘଟଣାଟି ପଦାକୁ ଆସିଛି।

ବାରବାଙ୍କି ଜିଲାର ସୁବେହା ଥାନା ଅନ୍ତର୍ଗତ ଅହିରାନ ସରିୟାନ ଗ୍ରାମର ପୂର୍ବତନ ମୁଖ୍ୟ ଦୀପକ କୁମାର ତିଓ୍ବାରୀ ନିର୍ବାଚନରେ ସେହି ଗ୍ରାମର ପ୍ରଦୀପଙ୍କ ଠାରୁ ପରାସ୍ତ ହୋଇଥିଲେ।

ଗ୍ରାମବାସୀଙ୍କ ଅନୁଯାୟୀ, ଭୋଟ ନ ପାଇବାରୁ ତିଓ୍ବାରୀ ଏଭଳି କରିଛନ୍ତି। ଏ ଘଟଣା ସଂକ୍ରାନ୍ତରେ ଆମେ ମିଳିତ ଭାବେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲୁ। ନିର୍ବାଚନରେ ବ୍ୟସ୍ତ ଥିବା କହି ଏପର୍ଯ୍ୟନ୍ତ ଆମ କଥାକୁ ସେମାନେ ଅଣଦେଖା କରି ଆସୁଛନ୍ତି।

ବୁଧବାର ସକାଳେ ତିଓ୍ବାରୀ ଗ୍ରାମରେ ଜେସିବି ଓ ସମର୍ଥକଙ୍କ ସହ ପହଞ୍ଚିଥିଲେ। ଜେସିବି ଦ୍ୱାରା ନଷ୍ଟ କରିଦେଲେ ହନୁମାନ ମନ୍ଦିର ରୋଡ୍‌କୁ। ଦେଖଣାହାରୀ ପାଲଟି ଯାଇଥିଲେ ଗ୍ରାମବାସୀ। ମନ୍ଦିରକୁ ଗମନାଗମନ ସୁବିଧା ପାଇଁ ୭ ବର୍ଷ ତଳେ ଏହି ରାସ୍ତାକୁ ନିର୍ମାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri