Posted inଜାତୀୟ

ଉମେଶ ପାଲଙ୍କ ହତ୍ୟାକାଣ୍ଡର କାର୍ଯ୍ୟାନୁଷ୍ଠାନ ନେଲା ୟୁପି ପୋଲିସ: ଅତିକଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ପ୍ରୟାଗରାଜ,୨୭।୨: ଉତ୍ତରପ୍ରଦେଶ ପ୍ରୟାଗରାଜରେ ଉମେଶ ପାଲ ଓ ତାଙ୍କ ଗନ୍‌ ମ୍ୟାନଙ୍କୁ ଦିନ ଦ୍ୱିପ୍ରହରରେ ହତ୍ୟା କରିବା ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ହତ୍ୟା ମାମଲାରେ ଜଣେ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରିଛି ୟୁପି ପୋଲିସ। ସୂଚନା ମୁତାବକ, ସୋମବାର ଦ୍ୱିପହରରେ ଧୁମନଗଞ୍ଜ ଅଞ୍ଚଳ ସ୍ଥିତ ନେହେରୁ ପାର୍କର ଏକ ଜଙ୍ଗଲରେ କେତେକ ଅଭିଯୁକ୍ତଙ୍କ ସହ ପୋଲିସ ମୁହାଁମୁହିଁ ହୋଇଥିଲା। ଏହି ସମୟରେ ପୋଲିସର ଏନ୍‌କାଉଣ୍ଟରରେ ଅଭିଯୁକ୍ତ ଅରବାଜଙ୍କୁ ଗୁଳି ବାଜିଥିଲା ବେଳେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ସମୟରେ ଅନ୍ୟ ଅଭିଯୁକ୍ତ ଫେରାର ହେବାରେ ସଫଳ ହୋଇଥିଲେ। ତେବେ ଗୁରୁତର ଅବସ୍ଥାରେ ଅରବାଜଙ୍କୁ ହସ୍ପିଟାଲ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଅରବାଜ ପୂର୍ବତନ ଏମ୍‌ପି ଅତିକ ଅହମ୍ମଦଙ୍କ ନିକଟତର ସହଯୋଗୀ ବୋଲି କୁହାଯାଉଛି। ଅରବାଜ ସଲ୍ଲାହପୁରର ବାସିନ୍ଦା ହୋଇଥିବା ବେଳେ ସେ ଅତିକଙ୍କ ଗାଡ଼ି ଚଳାଉଥିବା ଜଣାପଡ଼ିଛି। ଅନ୍ୟପଟେ ଉତ୍ତରପ୍ରଦେଶରେ ସ୍ପେଶାଲ ଟାସ୍କ ଫୋର୍ସର ୧୦ଜଣିଆ ଟିମ୍‌ ହତ୍ୟାକାରୀଙ୍କ ଛାନଭିନ୍‌ ଜାରି ରଖିଛି। ୟୁପି ସରକାରରେ ମାଫିଆଙ୍କ ବିରୋଧରେ ଏକ ଅଭିଯାନ ଆରମ୍ଭ ହୋଇଛି ବୋଲି ପୋଲିସ ଏଡିଜିପି ପ୍ରଶାନ୍ତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri