Posted inଜାତୀୟ

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୀରଟର ଲୋହିୟାନଗର ଅଞ୍ଚଳରେ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଦୋକାନୀ ଭୟଭୀତ ହୋଇଯାଇଥିଲେ। ସିସିଟିଭି ଫୁଟେଜ୍‌ ଯାଞ୍ଚ କରାଯିବାରୁ କେତେଜଣ ପୋଲିସ କର୍ମଚାରୀ ବିଳମ୍ବିତ ରାତିରେ ଉକ୍ତ ମୃତଦେହକୁ ଆଣି ଦୋକାନ ସମ୍ମୁଖରେ ଫିଙ୍ଗି ପଳାଉଥିବା ଦେଖାଯାଇଥିଲା। ମୀରଟ ଏସ୍‌ଏସ୍‌ପି ବିପିନ ଟାଡା ଏଲ୍‌-ବ୍ଲକ୍‌ ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଜିତେନ୍ଦ୍ର କୁମାର ଏବଂ କନ୍‌ଷ୍ଟେବଲ ରାଜେଶଙ୍କୁ ନିଲମ୍ବନ କରିବା ସହ ହୋମ୍‌ଗାର୍ଡ ରୋହତାଶଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ସିଟି ଏସ୍‌ପି ଆୟୁଷ ବିକ୍ରମ ସିଂଙ୍କ ନେତୃତ୍ୱରେ ଅଭିଯୋଗ ଅନୁଯାୟୀ, ଗୁରୁବାର ରାତିରେ ଏଲ୍‌-ବ୍ଲକ୍‌ ଫାଣ୍ଡି ଅଞ୍ଚଳରେ ଅପରିଚିତ ଯୁବକଙ୍କ ମୃତଦେହ ମିଳିବା ପରେ ବ୍ୟବଚ୍ଛେଦ ପ୍ରକ୍ରିୟା ଓ ଅନ୍ୟାନ୍ୟ କାର୍ଯ୍ୟରୁ ମୁକ୍ତି ପାଇବା ପାଇଁ ସମ୍ପୃକ୍ତ ଫାଣ୍ଡିର ପୋଲିସ ମୃତଦେହକୁ ରାତାରାତି ଅନ୍ୟ ଏକ ଫାଣ୍ଡି ଅଞ୍ଚଳ କାଜିପୁରରେ ଥିବା ଏକ ଦୋକାନ ଆଗରେ ଫିଙ୍ଗିଦେଇଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ…

ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି…

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ

ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ…

ଚଷମା ଦୋକାନରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ଭଷ୍ମ

ସମ୍ବଲପୁର, ୨୯।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜାସ୍ଥିତ ଏକ ଜଣାଶୁଣା ତିନି ମହଲା ବିଶିଷ୍ଟ ଚଷମା ସୋରୁମ ‘ଭିଜନ କେୟାର’ରେ ଆଜି ଭୋର…

ବଡ଼ଲୋକଙ୍କ ଚେରକଟା ନୀତି

ମଣିଷର ଚରିତ୍ର ପଦପଦବୀ ବା ସମ୍ପତ୍ତି ଦ୍ୱାରା ନିର୍ଦ୍ଧାରିତ ହୁଏନାହିଁ। ଅନେକ ସମୟରେ ଆମେ ଭାବୁ ଶୀର୍ଷରେ ପହଞ୍ଚିଥିବା ବ୍ୟକ୍ତି ମାନସିକ ସ୍ତରରେ ଖୁବ୍‌ ଶାନ୍ତ ଓ…

ପିତୃତ୍ୱ: ଏକ ଆହ୍ବାନ

ପୁତ୍ରକନ୍ୟାମାନଙ୍କ ପାଇଁ ପିତା ହେଉଛନ୍ତି ଦେବତା। ଏଣୁ ତୈତ୍ତିରୀୟ ଉପନିଷଦରେ କୁହାଯାଇଛି ‘ପିତୃଦେବୋ ଭବଃ’।  ମନୁ ସଂହିତାରେ ଉଲ୍ଲେଖ ଅଛି ‘ଉପାଧ୍ୟାୟାତ୍‌ ଦଶାଚାର୍ଯ୍ୟଃ ଆଚାର୍ଯ୍ୟାଣାଂ ଶତଂ ପିତା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri