Posted inଜାତୀୟ

ରାମପୁର ଲୋକ ସଭା ଉପନିର୍ବାଚନ:ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୬।୬: ରାମପୁର ଲୋକ ସଭା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ପକ୍ଷରୁ ସୋମବାର ପ୍ରାର୍ଥୀ ଘୋଷଣା କରାଯାଇଛି। ପାର୍ଟି ଅଫିସ୍‌ରେ ବୈଠକ ପରେ ଏସପି ନେତା ଆଜମ ଖାନ ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଲୋକସଭା ଉପନିର୍ବାଚନରେ ଅସୀମ ରାଜାଙ୍କୁ ଟିକେଟ୍‌ ଦେଇଛି ଏସ୍‌ପି। ତାଙ୍କ ବିପକ୍ଷରେ ଭାରତୀୟ ଜନତା ଦଳ ଘନଶ୍ୟାମ ଲୋଧିଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ସୋମବାର ଘନଶ୍ୟାମ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। କଂଗ୍ରେସ ଏହି ଉପନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ନାହିଁ ବୋଲି ସୂଚନା ମିଳିଛି। ଅସୀମ ଏସପି ବିଧାୟକ ଆଜମ ଖାନଙ୍କ ନିକଟତର।
ଏସପି ନେତା ଆଜମ ଖାନ ଲୋକ ସଭାର ସଦସ୍ୟତାରୁ ଇସ୍ତଫା ଦେବା ପରେ ରାମପୁର ସଂସଦୀୟ ଆସନ ଖାଲି ପଡିଛି। ଆଜମ ରାମପୁର ବିଧାୟକ ଭାବେ ଗତ ନିର୍ବାଚନରେ ନିର୍ବାଚିତ ହୋଇଛନ୍ତି। ସ୍ବାଧୀନତା ପରେ ରାମପୁରରେ ପ୍ରଥମ ଥର ପାଇଁ ଲୋକ ସଭା ଆସନ ପାଇଁ ଉପନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?