Posted inଜାତୀୟ

ପଞ୍ଚମ ପର୍ଯ୍ୟାୟରେ ୫୩.୯୩% ମତଦାନ

ଲକ୍ଷ୍ନୌ,୨୭।୨ ପଞ୍ଚମ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ବିଧାନସଭାର ୬୧ ଆସନ ଲାଗି ରବିବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ୫୩.୯୩ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡ଼ିଛି। ଏହି ପର୍ଯ୍ୟାୟରେ ୬୯୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ପ୍ରତାପଗଡ଼ର କୁନ୍ଦା ଆସନ ବ୍ୟତୀତ ଅନ୍ୟତ୍ର ମତଦାନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। କୁନ୍ଦା ଆସନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ଗୁଲଶନ ଯାଦବଙ୍କ ଗାଡ଼ି ଉପରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଯାଦବ ସାମାନ୍ୟ ଆହତ ହୋଇଥିବା ଦଳୀୟ କର୍ମୀମାନେ କହିଛନ୍ତି। ଦଳ ପକ୍ଷରୁ ନିର୍ବାଚନ କମିଶନଙ୍କ ପାଖରେ ଲିଖିତ ଅଭିଯୋଗ କରାଯାଇଛି।

ପଞ୍ଚମ ପର୍ଯ୍ୟାୟରେ ୨.୨୪ କୋଟି ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବାକୁ ଥିବାବେଳେ ସକାଳ ୭ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯାଇଥିଲା। ଅପରାହ୍ନ ୫ଟା ସୁଦ୍ଧା ଆମେଠିରେ ୫୨.୮୨% ମତଦାନ ହୋଇଥିବା ବେଳେ ଅଯୋଧ୍ୟାରେ ୫୮.୬୦୧ ପ୍ରତିଶତ, ପ୍ରୟାଗରାଜରେ ୫୧.୨୯% ଏବଂ ରାଏବରେଲିରେ ୫୬.୦୬% ଭୋଟ ପଡ଼ିଛି। ଏହି ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂ, ରାଜେନ୍ଦ୍ର ସିଂ ଓରଫ ମୋତି ସିଂ, ନନ୍ଦଗୋପାଳ ଗୁପ୍ତା ନାଦି, ରାମପତି ଶାସ୍ତ୍ରୀ, ଜନସତ୍ତା ଦଳର ଟାଣୁଆ ନେତା ରଘୁରାଜ ପ୍ରତାପ ସିଂ ଓରଫ ରାଜା ଭୈୟା ଏବଂ ଅପ୍‌ନା ଦଳ(କେ) ନେତ୍ରୀ କ୍ରିଷ୍ଣା ପଟେଲ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?