Posted inଖେଳ

ରିଙ୍କୁ ସିଂଙ୍କ ପୁଣି ଜଲଓ୍ବା: ସୁପର ଓଭରରେ ଲଗାତର ୬,୬,୬,

ନୂଆଦିଲ୍ଲୀ,୧।୯: ୨୦୨୩ ବର୍ଷ ତାଙ୍କ କ୍ରିକେଟ କ୍ୟାରିୟରରେ ରିଙ୍କୁ ସିଂଙ୍କ ପାଇଁ ସର୍ବଶ୍ରେଷ୍ଠ ବୋଲି ପ୍ରମାଣିତ ହୋଇଛି। ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ ତମ ସିଜନରେ ଲଗାତାର ୫ଟି ଛକା ମାରି କୋଲକାତା ନାଇଟ ରାଇଡର୍ସକୁ ବିଜୟରେ ପହଞ୍ଚାଇଥିବା ରିଙ୍କୁ ଏବେ ପୁଣି ସମାନ କାର୍ଯ୍ୟ କରିଛନ୍ତି। ଅଗଷ୍ଟ ୩୦ରୁ ଆରମ୍ଭ ହୋଇଥିବା ୟୁପି ଟି-୨୦ ଲିଗର ପ୍ରଥମ ସଂସ୍କରଣର ତୃତୀୟ ମ୍ୟାଚରେ ରିଙ୍କୁ ସୁପର ଓଭରରେ କ୍ରମାଗତ ୩ଟି ଛକା ମାରିଥିଲେ। ଏହାକୁ ଆଧାର କରି ମେରୁଟ ମାର୍ଭିକ୍ସ ଦଳ କାଶୀ ରୁଦ୍ରାସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଥିଲା।
ୟୁପି ଟି-୨୦ ଲିଗ ର ତୃତୀୟ ମ୍ୟାଚରେ ମେରୁଟ-କାଶୀ ସହ ମୁହାଁମୁହିଁ ହୋଇଥିଲେ। ଉଭୟ ଇନିଂସ ସମାପ୍ତ ହେବା ପରେ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ସୁପର ଓଭରରେ କାଶୀ ରୁଦ୍ରାସ ଦଳ ୬ ଟି ବଲରେ ୧୬ ରନ ସଂଗ୍ରହ କରି ମେରଟଙ୍କୁ ୧୭ ରନ ଲକ୍ଷ୍ୟ ଦେଇଥିଲେ। ମାର୍ଭିକ୍ସ ପାଇଁ ଇନିଂସ ଆରମ୍ଭ କରିବାକୁ ରିଙ୍କୁ ସିଂଙ୍କ ସହ ଦିବ୍ୟଶ ଯୋଶୀଙ୍କୁ ପଠାଯାଇଥିଲା।
ସୁପର ଓଭରର ପ୍ରଥମ ବଲ ଡଟ ହେବା ପରେ ରିଙ୍କୁ ବାମହାତୀ ସ୍ପିନର ଶିବ ସିଂଙ୍କ ପରବର୍ତ୍ତୀ ବଲକୁ ଛକା ମାରିଥିଲେ। ତୃତୀୟ ଏବଂ ଚତୁର୍ଥ ବଲ୍‌ ମଧ୍ୟ ଛକା ମାରି ରିଙ୍କୁ ମ୍ୟାଚ ଶେଷ କରିଥିଲେ।

 

View this post on Instagram

 

A post shared by JioCinema (@officialjiocinema)


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?