Posted inଜାତୀୟ

ବଦଳିଲା ନିୟମ: ଦିଲ୍ଲୀ ବିମାନ ବନ୍ଦରରେ ଯାତ୍ରୀଙ୍କୁ ୬ ଘଣ୍ଟା ଅପେକ୍ଷା କରିବାକୁ ପଡ଼ିବ

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହୋଇଥିବା ୧୪ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ନିୟମ ପରିବର୍ତ୍ତନ କରାଯାଇଛି। ଏଥିଯୋଗୁ ସେହି ଦେଶରୁ ଆସୁଥିବା ଯାତ୍ରୀମାନେ ବିନା ଆରଟିପିସିଆର ଟେଷ୍ଟରେ ବିମାନ ବନ୍ଦର ଛାଡ଼ିପାରିବେ ନାହିଁ। ଏଣୁ ସେମାନଙ୍କୁ ଦିଲ୍ଲୀ ବିମାନ ବନ୍ଦରରେ ପ୍ରାୟ ୬ ଘଣ୍ଟା ଅଧିକ ଅପେକ୍ଷା କରିବାକୁ ପଡ଼ିବ ବୋଲି ସୂତ୍ରରୁ ଜଣାପଡ଼ିଛି।

ଆରଟିପିସିଆର୍‌ ଟେଷ୍ଟ ଫଳାଫଳ ପାଇଁ ୪ରୁ ୬ ଘଣ୍ଟା ଲାଗିବ। ବିମାନ ବନ୍ଦରରେ ଆରଟିପିସିଆର୍‌ ଟେଷ୍ଟ କରିବା ଦାୟିତ୍ୱରେ ଥିବା କମ୍ପାନୀ ଘଣ୍ଟାକୁ ୪୦୦ରୁ ୫୦୦ ଟେଷ୍ଟ କରିପାରିବ। ଏଥିଯୋଗୁ ଯାତ୍ରୀଙ୍କୁ ସ୍ବତନ୍ତ୍ର ଅଞ୍ଚଳରେ ସାମାଜିକ ଦୂରତା ବଜାୟ ରଖି ଅପେକ୍ଷା କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି।

ହାରାହାରି ୟୁରୋପରୁ ଦିଲ୍ଲୀ ଡାଇରେକ୍ଟ ଫ୍ଲାଇଟ୍‌କୁ ସାଢ଼େ ୮ ଘଣ୍ଟା ଲାଗେ। ଫ୍ଲାଇଟ୍‌ ପୂର୍ବରୁ ଦୁଇ ଘଣ୍ଟା ଓ ଦିଲ୍ଲୀ ବିମାନବନ୍ଦରରେ ୬ ଘଣ୍ଟା ଅପେକ୍ଷା କରିବାକୁ ପଡ଼ିବ। ଏହାବାଦ୍‌ କଷ୍ଟମ ଓ ଇମିଗ୍ରେଶନ କ୍ଲିଅର ପାଇଁ ଆଉ ଏକ ଘଣ୍ଟା ଲାଗିବ। ଫଳରେ ଯାତ୍ରୀଙ୍କୁ ଫ୍ଲାଇଟ୍‌ର ୧୭ ଘଣ୍ଟା ପୂର୍ବରୁ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବାକୁ ପଡ଼ିବ।

ୟୁରୋପ, ଦକ୍ଷିଣ ଆଫ୍ରିକା, ବ୍ରାଜିଲ, ବାଂଲାଦେଶ, ବୋତସ୍ବାନା, ଚାଇନା, ମୌରିସିଅସ, ନ୍ୟୁଜିଲାଣ୍ଡ, ଜିମ୍ବାଓ୍ବେ, ସିଙ୍ଗାପୁର, ହଂକଂ ଓ ଇସ୍ରାଏଲ ଆଦି ଦେଶରୁ ଆସୁଥିବା ଯାତ୍ରୀଙ୍କର ବିମାନ ବନ୍ଦରରେ ଆରଟିପିସିଆର ଟେଷ୍ଟ କରାଯିବ।

ଦକ୍ଷିଣ ଆଫ୍ରିକାରୁ ଫେରିଥିବା ଜଣେ ଯାତ୍ରୀ ପଜିଟିଭ ଜଣାପଡ଼ିବା ପରେ ସରକାର ବିମାନ ବନ୍ଦରରେ ଅନ୍ତର୍ଜାତୀୟ ଯାତ୍ରୀଙ୍କ ସ୍କ୍ରିନିଂ ଓ ଟେଷ୍ଟିଂକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଦେଶରେ ଏପର୍ଯ୍ୟନ୍ତ ଗୋଟିଏ ହେଲେ ଓମିକ୍ରନ ମାମଲା ଚିହ୍ନଟ ହୋଇ ନ ଥିବା ସରକାର ସଂସଦରେ ମଙ୍ଗଳବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri