ସନ୍ଧ୍ୟା ୬ଟା ସୁଦ୍ଧା ୟୁପିରେ ୬୨%, ଗୋଆରେ ୭୮%, ଉତ୍ତରାଖଣ୍ଡରେ ୬୨ପ୍ରତିଶତରୁ ଉର୍ଦ୍ଧ୍ୱ ମତଦାନ କରିଛନ୍ତି ଭୋଟର

ଲକ୍ଷ୍ନୌ/ପଣାଜି/ଡେରାଡୁନ,୧୪।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ଓ ଉତ୍ତରାଖଣ୍ଡ-ଗୋଆର ସମସ୍ତ ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ଗୋଆରେ ୭୦ଟି ବିଧାନସଭା ଆସନ ପାଇଁ ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ଉତ୍ତରପ୍ରଦେଶରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୬୨.୨୨ ପ୍ରତିଶତ ମତଦାନ ଗ୍ରହଣ କରାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା ଉତ୍ତରାଖଣ୍ଡରେ ୬୨.୫ ପ୍ରତିଶତ ଓ ଗୋଆରେ ୭୮.୯୪ ପ୍ରତିଶତ ଭୋଟ ଦିଆଯାଇଥିବା ସୂଚନା ମିଳିଛି। ତେବେ ଉତ୍ତରପ୍ରଦେଶର କେତେକ ସ୍ଥାନରେ ମନ୍ଥର ଗତିରେ ମତଦାନ ହେବା ସହ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିବା ଖବର ରହିଛି। ବିଦ୍ୟୁତ୍‌ ନ ଥିବାରୁ ମୁରଦାବାଦର ରାକଲା ପିଢ଼ି ଗର୍ଲ ସେଣ୍ଟର କଲେଜରେ ମତଦାନ କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା। ଭୋଟରମାନେ ଅଧ ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ୍‌କୁ ଅପେକ୍ଷା କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟୁତ୍‌ ସେବାର ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବାରୁ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅନ୍ୟପଟେ ରାମପୁର ବିଧାନସଭା ଆସନରୁ ୫୬.୨ ପ୍ରତିଶତ ଭୋଟ ଗ୍ରହଣ କରାଯାଇଛି। ଏହି ଆସନରୁ ଆଜମ ଖାନ ଏସ୍‌ପିର ପ୍ରାର୍ଥୀ ରହିଛନ୍ତି। ସେହିପରି ସ୍ବାର ବିଧାନସଭା ଆସନରୁ ୫୪.୧୩ପ୍ରତିଶତ ଭୋଟ ଦିଆଯାଇଥିଲା। ଯେଉଁଠାରୁ ଆଜମ ଖାନଙ୍କ ପୁଅ ଅବଦୁଲ୍ଲା ଏସ୍‌ପିର ପ୍ରାର୍ଥୀ ରହିଛନ୍ତି। ତେବେ ଉତ୍ତର ଗୋଆ ବିଷୟରେ କହିବାକୁ ଗଲେ ସନ୍ଧ୍ୟା ୬ଟା ସୁଦ୍ଧା ୭୫.୩୩ ପ୍ରତିଶତ ଏବଂ ଦକ୍ଷିଣ ଗୋଆରେ ୭୫.୨୬ ପ୍ରତିଶତ ଭୋଟ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri