Posted inଜାତୀୟ

ଯୋଗୀଙ୍କ ଶପଥ ଉତ୍ସବରେ ସୋନିଆ-ମୁଲାୟମଙ୍କୁ ନିମନ୍ତ୍ରଣ

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶପଥ ଗ୍ରହଣ ସମାରୋହ ମାର୍ଚ୍ଚ ୨୫ରେ ଅନୁଷ୍ଠିତ ହେବ। ଏହି ସମାରୋହ ପାଇଁ ବିରୋଧୀ ଦଳର ନେତାଙ୍କୁ ନିମନ୍ତ୍ରଣ ପଠାଯାଇଥିବା ଜଣାପଡ଼ିଛି। ଯୋଗୀଙ୍କ ୨.୦ ଶପଥ ଗ୍ରହଣ ସମାରୋହରେ ଅନେକ ବିଶିଷ୍ଟ ବ୍ୟକ୍ତି ଓ ଭିଭିଆଇପିଙ୍କୁ ନିମନ୍ତ୍ରଣ ପଠାଯାଇଛି। ଏଥିରେ ବିରୋଧୀ ଦଳ ନେତାଙ୍କ ନାମ ସାମିଲ ଥିବା ବେଳେ ଅନେକ ଉଦ୍ଦ୍ୟୋଗପତି ଓ ଫିଲ୍ମର କଳାକାରଙ୍କୁ ମଧ୍ୟ ଆମନ୍ତ୍ରଣ କରାଯାଇଛି। ତେବେ ଯୋଗୀଙ୍କ ଏହି ତାଲିକାରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ବିଏସ୍‌ପି ସୁପ୍ରିମୋ ମାୟାବତୀ, ଏସ୍‌ପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ଏସ୍‌ପିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ସହିତ ଅନେକ ବିରୋଧୀ ଦଳର ନେତାଙ୍କ ନାମ ସାମିଲ ରହିଛି। ଏହି ଉତ୍ସବରେ ସାମିଲ ହେବା ପାଇଁ ସେମାନଙ୍କ ନିକଟକୁ ଯୋଗୀଙ୍କ ପକ୍ଷରୁ ନିମନ୍ତ୍ରଣ ପତ୍ର ପଠାଯାଇଛି। ଏତଦ୍‌ ବ୍ୟତୀତ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ, ଗୌତମ ଅଡାନୀ, ଆନନ୍ଦ ମହିନ୍ଦ୍ରା ସହିତ ଅନେକ ଉଦ୍ଦ୍ୟୋଗପତିଙ୍କୁ ମଧ୍ୟ ଏହି ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ପାଇଁ ଭାଜପା ପକ୍ଷରୁ ନିମନ୍ତ୍ରଣ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri