Posted inଜାତୀୟ

ୟୁପିଏ କ୍ଷମତାକୁ ଆସିଲେ ତୁରନ୍ତ ମହିଳା ସଂରକ୍ଷଣକୁ କାର୍ଯ୍ୟକାରୀ କରିବ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୪।୯: ଐତିହାସିକ ‘ନାରୀଶକ୍ତି ବନ୍ଦନ ଅଧିନିୟମ,୨୦୨୩’ ଲୋକ ସଭାରେ ଏବଂ ରାଜ୍ୟ ସଭାରେ ପାରିତ ହୋଇଛି। ବିରୋଧୀ ଦଳଗୁଡ଼ିକ ଜନଗଣନା ଓ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଶେଷ ହେବା ଯାଏ ଅପେକ୍ଷା ନ କରି ଆଗାମୀ ନିର୍ବାଚନଗୁଡ଼ିକରୁ ଏହାକୁ କାର୍ଯ୍ୟକାରୀ କରାଇବା ଉପରେ ଗୁରୁତ୍ୱ ଦେଇଥିଲେ। କେତେଜଣ ସଦସ୍ୟ ବିଲ୍‌ ଆଗତ କରାଇବା ସମୟ ଉପରେ ପ୍ରଶ୍ନ ଉଠାଇ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଥିଲେ।
ମହିଳା ସଂରକ୍ଷଣ ଉପରେ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ପ୍ରଶ୍ନ କରାଯାଇଥିଲା। ଏହାର ଉତ୍ତରରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ନାରୀଶକ୍ତି ବନ୍ଦନ ଅଧିନିୟମ ପାରିତ ହୋଇସାରିଛି। ତେଣୁ ଏହାକୁ ତୁରନ୍ତ କାର୍ଯ୍ୟକାରୀ କରାଯିବା ଉଚିତ। କିନ୍ତୁ ଜନଗଣନା ଏବଂ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ପାଇଁ କେନ୍ଦ୍ର ସରକାର ବ୍ୟସ୍ତ ଅଛନ୍ତି। ଯଦି ୟୁପିଏ କ୍ଷମତାକୁ ଆସେ ତେବେ ଆମ ସରକାର ତୁରନ୍ତ ମହିଳା ସଂରକ୍ଷଣକୁ କାର୍ଯ୍ୟକାରୀ କରିବେ।
ରାହୁଲ ଗାନ୍ଧୀ ପୁଣିଥରେ ଆଦାନୀ ଏବଂ ମୋଦି ସରକାରଙ୍କ ସମ୍ପର୍କକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଆଦାନୀଙ୍କୁ ସମସ୍ତ ପ୍ରମୁଖ ଶିଳ୍ପ ଦିଆଯାଇଛି। ମୁଦ୍ରାସ୍ଫୀତି ଯୋଗୁ ଦେଶର ଲୋକମାନେ ଅସୁବିଧାରେ ପଡ଼ିଛନ୍ତି, କିନ୍ତୁ କେନ୍ଦ୍ର ସରକାର ଏଥିପ୍ରତି ଧ୍ୟାନ ଦେଉ ନାହାଁନ୍ତି। ରମେଶ ବିଧୁରୀଙ୍କ ବିବୃତ୍ତି ହେଉ କିମ୍ବା ଇଣ୍ଡିଆ ବନାମ ଭାରତ ପ୍ରସଙ୍ଗ, ଏହି ସବୁ ପ୍ରସଙ୍ଗଗୁଡ଼ିକ ମୂଳ ପ୍ରସଙ୍ଗରୁ ଧ୍ୟାନ ହଟାଇବା ପାଇଁ ଉଦ୍ଦିଷ୍ଟ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri