ଉପାନ୍ତ କରବିରା ଖୋଲରେ ଉପଜିଲାପାଳ

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା ବୁଝିଛନ୍ତି। ଦୀର୍ଘ ବର୍ଷ ହେବ ଏଠାରେ କିଡ୍‌ନୀ ରୋଗରେ ଲୋକେ ଆକ୍ରାନ୍ତ ହୋଇ ମୃତ୍ୟୁମୁଖରେ ପଡୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ପ୍ରତିକାର ବ୍ୟବସ୍ଥା କରାଯାଇ ନାହିଁ। ଏ ସମସ୍ତ ଖବରପାଇ ଉପଜିଲାପାଳ ଦୀପ ଉକ୍ତ ଗାଁରେ ପହଞ୍ଚି ମୌଳିକ ସମସ୍ୟା ଉପରେ ଲୋକଙ୍କ ସହ ଆଲୋଚନା କରିଥିଲେ। ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରର ଏକ ସ୍ବତନ୍ତ୍ର ଟିମ୍‌, ବ୍ଲକ ଅଧିକାରୀ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯନ୍ତ୍ରୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ସ୍ଥାନୀୟ ସରପଞ୍ଚ, ଜିଲା ପରିଷଦ ସଦସ୍ୟ ପ୍ରମୁଖ ସମସ୍ତ କ୍ଷେତ୍ର କର୍ମଚାରୀଙ୍କୁ ନେଇ ଉପଜିଲାପାଳ ଏହି ଅପହଞ୍ଚ ଇଲାକାରେ ପହଞ୍ଚି ସମସ୍ୟା ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।
ଉପଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ବନ୍ତଳା ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତରୀ ଟିମ୍‌ ଗ୍ରାମର ସମସ୍ତ ଲୋକଙ୍କ କିଡ୍‌ନୀ ରୋଗ ପରୀକ୍ଷା ନିମନ୍ତେ ନମୁନା ସଂଗ୍ରହ କରିଥିଲେ। ବିଏସ୍‌କଓ୍ବୋଇ ଜରିଆରେ କିଡ୍‌ନୀ ରୋଗୀଙ୍କୁ ଉନ୍ନତ ମାନର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଉପଜିଲାପାଳ ବନ୍ତଳା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତି ମାସରେ ଏହି ଅପହଞ୍ଚ ଅଞ୍ଚଳରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ପହଞ୍ଚି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ସଚେତନତା ବାର୍ତ୍ତା ଦେବା ଉପରେ ଉପଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗ୍ରାମରେ ଥିବା ନଳକୂପ ଓ ଖୋଲା କୂପର ଜଳ ପରୀକ୍ଷା ଓ ବିଶୁଦ୍ଧୀକରଣ କରିବା ପାଇଁ ପାନୀୟ ଜଳ ଯୋଗାଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରାମବାସୀଙ୍କ ଜୀବନ ଓ ଜୀବିକାରେ କିଭଳି ଉନ୍ନତି ହୋଇପାରିବ ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସୁବିଧା ହାତପାଆନ୍ତାରେ ମିଳିପାରିବ, ତାହାର ବ୍ୟବସ୍ଥା କରାଯିବ ବୋଲି ଉପଜିଲାପାଳ ଲୋକମାନଙ୍କୁ ବୁଝାଇଥିଲେ। ଏହି ଗସ୍ତ ସମୟରେ ଉପଜିଲାପାଳଙ୍କ ସହ ସହକାରୀ ଜିଲାପାଳ ସୁକାନ୍ତ କୁମାର ସାହୁ, ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ରାଜଶ୍ରୀ ପାଢ଼ୀ, ଅନୁଗୋଳ ବ୍ଲକ ସହକାରୀ ଯନ୍ତ୍ରୀ ରାଜେଶ କୁମାର ସାହୁ, ବଡ଼ କନ୍ତକୁଳ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯନ୍ତ୍ରୀ ନମିତା ବେହେରା, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଉଦୟନାଥ ପ୍ରଧାନ, ସରପଞ୍ଚ ସ୍ବର୍ଣ୍ଣପ୍ରଭା ବିଶାଳ ଓ ଜିଲା ପରିଷଦ ସଦସ୍ୟ ଧ୍ରୁବ ଚରଣ ଦେହୁରୀ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri