ଉପାନ୍ତ କରବିରା ଖୋଲରେ ଉପଜିଲାପାଳ

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା ବୁଝିଛନ୍ତି। ଦୀର୍ଘ ବର୍ଷ ହେବ ଏଠାରେ କିଡ୍‌ନୀ ରୋଗରେ ଲୋକେ ଆକ୍ରାନ୍ତ ହୋଇ ମୃତ୍ୟୁମୁଖରେ ପଡୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ପ୍ରତିକାର ବ୍ୟବସ୍ଥା କରାଯାଇ ନାହିଁ। ଏ ସମସ୍ତ ଖବରପାଇ ଉପଜିଲାପାଳ ଦୀପ ଉକ୍ତ ଗାଁରେ ପହଞ୍ଚି ମୌଳିକ ସମସ୍ୟା ଉପରେ ଲୋକଙ୍କ ସହ ଆଲୋଚନା କରିଥିଲେ। ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରର ଏକ ସ୍ବତନ୍ତ୍ର ଟିମ୍‌, ବ୍ଲକ ଅଧିକାରୀ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯନ୍ତ୍ରୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ସ୍ଥାନୀୟ ସରପଞ୍ଚ, ଜିଲା ପରିଷଦ ସଦସ୍ୟ ପ୍ରମୁଖ ସମସ୍ତ କ୍ଷେତ୍ର କର୍ମଚାରୀଙ୍କୁ ନେଇ ଉପଜିଲାପାଳ ଏହି ଅପହଞ୍ଚ ଇଲାକାରେ ପହଞ୍ଚି ସମସ୍ୟା ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।
ଉପଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ବନ୍ତଳା ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତରୀ ଟିମ୍‌ ଗ୍ରାମର ସମସ୍ତ ଲୋକଙ୍କ କିଡ୍‌ନୀ ରୋଗ ପରୀକ୍ଷା ନିମନ୍ତେ ନମୁନା ସଂଗ୍ରହ କରିଥିଲେ। ବିଏସ୍‌କଓ୍ବୋଇ ଜରିଆରେ କିଡ୍‌ନୀ ରୋଗୀଙ୍କୁ ଉନ୍ନତ ମାନର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଉପଜିଲାପାଳ ବନ୍ତଳା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତି ମାସରେ ଏହି ଅପହଞ୍ଚ ଅଞ୍ଚଳରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ପହଞ୍ଚି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ସଚେତନତା ବାର୍ତ୍ତା ଦେବା ଉପରେ ଉପଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗ୍ରାମରେ ଥିବା ନଳକୂପ ଓ ଖୋଲା କୂପର ଜଳ ପରୀକ୍ଷା ଓ ବିଶୁଦ୍ଧୀକରଣ କରିବା ପାଇଁ ପାନୀୟ ଜଳ ଯୋଗାଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରାମବାସୀଙ୍କ ଜୀବନ ଓ ଜୀବିକାରେ କିଭଳି ଉନ୍ନତି ହୋଇପାରିବ ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସୁବିଧା ହାତପାଆନ୍ତାରେ ମିଳିପାରିବ, ତାହାର ବ୍ୟବସ୍ଥା କରାଯିବ ବୋଲି ଉପଜିଲାପାଳ ଲୋକମାନଙ୍କୁ ବୁଝାଇଥିଲେ। ଏହି ଗସ୍ତ ସମୟରେ ଉପଜିଲାପାଳଙ୍କ ସହ ସହକାରୀ ଜିଲାପାଳ ସୁକାନ୍ତ କୁମାର ସାହୁ, ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ରାଜଶ୍ରୀ ପାଢ଼ୀ, ଅନୁଗୋଳ ବ୍ଲକ ସହକାରୀ ଯନ୍ତ୍ରୀ ରାଜେଶ କୁମାର ସାହୁ, ବଡ଼ କନ୍ତକୁଳ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯନ୍ତ୍ରୀ ନମିତା ବେହେରା, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଉଦୟନାଥ ପ୍ରଧାନ, ସରପଞ୍ଚ ସ୍ବର୍ଣ୍ଣପ୍ରଭା ବିଶାଳ ଓ ଜିଲା ପରିଷଦ ସଦସ୍ୟ ଧ୍ରୁବ ଚରଣ ଦେହୁରୀ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri