ଅନୁପସ୍ଥିତ ଥିଲେ ସିଡିପିଓ, ଛତୁଆ କେନ୍ଦ୍ରରେ ହଠାତ୍‌ ପହଞ୍ଚିଲେ ଉପଜିଲାପାଳ, ଆଉ ତା’ପରେ…

କୋକସରା,୨୩।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟରେ ଗର୍ଭବତୀ, ଶିଶୁ, କିଶୋରୀ ବାଳିକାଙ୍କୁ କୁପୋଷଣ, ଅପପୃଷ୍ଟିରୁ ରୋକିବା ପାଇଁ ବିଗତ ରାଜ୍ୟ ସରକାରଙ୍କ ପକ୍ଷରୁ ଛତୁଆ ଯୋଜନା ଆରମ୍ଭ କରାଯାଇଛି। ତେବେ ରାଜ୍ୟରେ ମିଳୁଥିବା ଛତୁଆ ଖାଦ୍ୟ ଉପଯୋଗୀ ନ ହୋଇ ନିମ୍ନମାନର ହେଉଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏନେଇ ଭାଜପା ସରକାରଙ୍କ ଅନେକ ମନ୍ତ୍ରୀ, ବିଧାୟକ ବିଧାନସଭାରେ ଛତୁଆର ମାନକୁ ନେଇ ପ୍ରଶ୍ନ ଉଠାଇଥିଲେ। ଏହାପରେ ପ୍ରଶାସନିକସ୍ତରରେ ଅଧିକାରୀମାନେ ବିଭିନ୍ନ ଛତୁଆ ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି କେନ୍ଦ୍ରର ପରିବେଶ ଏବଂ ଛତୁଆରମାନ ପରୀକ୍ଷା କରୁଛନ୍ତି।

ଏହି ପରିପ୍ରେକ୍ଷୀରେ ସୋମବାର ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା କୋକସରା ବ୍ଲକ ଜନ ଶୁଣାଣି ଶିବିରରେ ଯୋଗ ଦେବାକୁ ଆସିଥିବା ବେଳେ କୋକସରା ବ୍ଲକରେ ଛତୁଆ ଯୋଗାଣ କରୁଥିବା ମା’ ଲଙ୍କେଶ୍ୱରୀ ସ୍ବୟଂ ସହାୟକ ଗୋଷ୍ଠି ଦ୍ୱାରା କାଉଡୋଳାରେ ପ୍ରସ୍ତୁତ ହେଉଥିବା ଥିବା ଛତୁଆ କେନ୍ଦ୍ର ପରିଦର୍ଶନ କରିଥିଲେ। ଏପରିକି ଛତୁଆରେ ମିଶୁଥିବା ବିଭିନ୍ନ ଖାଦ୍ୟ ସାମଗ୍ରୀର ନିରୀକ୍ଷଣ କରିଥିଲେ। ତେବେ ତାଙ୍କ ଗସ୍ତ ସମୟରେ କୋକସରା ସିଡିପିଓ ଅନୁପସ୍ଥିତ ଥିବାରୁ ସୁପରଭାଇଜର ଦ୍ରୌପଦି ମାଝୀ ଓ ପ୍ରଭାସିନୀ ତାଣ୍ଡିଙ୍କୁ ସିଡିପିଓ କାହିଁକି ଅନୁପସ୍ଥିତ ଅଛନ୍ତି ବୋଲି ପ୍ରଶ୍ନ କରି ଅସନ୍ତୋଷ ପ୍ରକାଶ କରିଥିଲେ। ଉପଜିଲାପାଳଙ୍କ ସହ କୋକସରା ବିଡ଼ିଓ ସ୍ନେହାପ୍ରଭା ମାଝୀ, ତହସିଲଦାର ନବୀନ କିଶୋର ପାଢ଼ୀ, ବିଏସ୍‌ଏସ୍‌ଓ ଦୀପକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?