ବନ୍ଧା ହେଲା ୧୪ ହାତିଆ ନାଲି ପତିତପାବନ ବାନା

ପୁରୀ ଅଫିସ,୨୦।୨: ରାଷ୍ଟ୍ରପତି ଓ ତାଙ୍କ ପରିବାରକୁ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ଶ୍ରୀମନ୍ଦିରରେ ଦର୍ଶନ କରାଇଥିଲେ। ଏହାପରେ ରାଷ୍ଟ୍ରପତି ନାରାୟଣ ଗୋଚ୍ଛିକାରଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ ଅତ୍ୟନ୍ତ ଆନନ୍ଦିତ ଥିବା କହିଥିବାବେଳେ ତାଙ୍କ ଖାତାରେ ମେଜର ଏଡିସି ଗୋପାଳ ସିଂ ପୁନିଆଙ୍କୁ ଦସ୍ତଖତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ କୌଳିକ ପଣ୍ଡା ରାଷ୍ଟ୍ରପତିଙ୍କ ନାମରେ ୧୪ ହାତିଆ ନାଲି ପତିତପାବନ ବାନା ନୀଳଚକ୍ରରେ ବାନ୍ଧିଥିଲେ। ବାନା ବନ୍ଧାଯିବାର ସମ୍ପୂର୍ଣ୍ଣ ଦୃଶ୍ୟ ରାଷ୍ଟ୍ରପତି ସପରିବାରେ ଶ୍ରୀମନ୍ଦିର ପରିସରରେ ରହି ଦେଖିଥିଲେ।

ଗର୍ଭଗୃହ ଦର୍ଶନକୁ ନେଇ ଚର୍ଚ୍ଚା
ମହାପ୍ରଭୁଙ୍କୁ ଗର୍ଭଗୃହ ଦର୍ଶନ ପାଇଁ ପାରମ୍ପରିକ ବେଶପୋଷାକ ଆବଶ୍ୟକ। ଯେକେହି ପୋଖରିଆକୁ ପ୍ରବେଶ କଲେ ପାରମ୍ପରିକ ବେଶପୋଷାକରେ ଯିବାର ବିଧି ରହିଛି। ସାଧାରଣ ଲୋକଙ୍କୁ ଗର୍ଭଗୃହ ଦୈନନ୍ଦିନ ଦର୍ଶନ ମିଳୁ ନାହିଁ। ଶନିବାର ରାଷ୍ଟ୍ରପତିଙ୍କ ସମେତ ତାଙ୍କ ପୂରା ପରିବାର ମଧ୍ୟ ଗର୍ଭଗୃହରେ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ରାଷ୍ଟ୍ରପତିଙ୍କ ପରିବାର ଲୋକେ ଏହି ଦର୍ଶନ କରିଥିବା ନେଇ କୌଳିକ ପଣ୍ଡା ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତିଙ୍କ ଏହି ଗର୍ଭଗୃହ ଦର୍ଶନକୁ ନେଇ ନାନା ଚର୍ଚ୍ଚା ହୋଇଛି।

୩ଟା ୪୦ରୁ ବନ୍ଦ ହେଲା ସାଧାରଣ ଦର୍ଶନ
ରାଷ୍ଟ୍ରପତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କାର୍ଯ୍ୟକ୍ରମ ହେତୁ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିଲା। ମାତ୍ର ରାଷ୍ଟ୍ରପତି ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚତ୍ଥିବାରୁ ଏହାର ୨୦ ମିନିଟ୍‌ ପୂର୍ବରୁ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରି ଦିଆଯାଇଥିଲା। ଏଥିପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ସାଧାରଣ ରବିବାର ଶ୍ରୀମନ୍ଦିର ବନ୍ଦ ରହୁଥିବା ହେତୁ ଶନିବାର ସାଧାରଣ ଦର୍ଶନ ପାଇଁ ଜୋର ଗହଳି ଦେଖାଦେଇଥାଏ। ଏଣୁ ରାଷ୍ଟ୍ରପତିଙ୍କ ଦର୍ଶନ ସମୟରେ ଶ୍ରୀମନ୍ଦିର ବାହାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri